ପ୍ରେରିତ 28

ଏହି ଘଟଣା ପରେ ସେହି ଦ୍ୱୀପରେ ଥିବା ଅବଶିଷ୍ଟ ପୀଡ଼ିତମାନେ ମଧ୍ୟ ଆସି ସୁସ୍ଥ ହେଲେ;

Acts 28:9 (UKJV) So when this was done, others also, which had diseases in the island, came, and were healed:

7ସେହି ସ୍ଥାନ ନିକଟରେ ପୁବ୍ଲିୟ ନାମକ ସେହି ଦ୍ୱୀପର ପ୍ରଧାନ ବ୍ୟକ୍ତିଙ୍କ ଗୃହ ଓ ଭୂମି ଥିଲା; ସେ ଆମ୍ଭମାନଙ୍କୁ ଗ୍ରହଣ କରି ତିନି ଦିନ ପର୍ଯ୍ୟନ୍ତ ସାଦରେ ଆମ୍ଭମାନଙ୍କର ଆତିଥ୍ୟସତ୍କାର କଲେ।

8ସେହି ସମୟରେ ପୁବ୍ଲିୟଙ୍କର ପିତା ଜ୍ୱର ଓ ଆମାଶୟ ରୋଗରେ ପୀଡ଼ିତ ହୋଇ ଶଯ୍ୟାଶାୟୀ ଥିଲେ, ଆଉ ପାଉଲ ଭିତରକୁ ତାହାଙ୍କ ନିକଟକୁ ଯାଇ ପ୍ରାର୍ଥନା କଲେ ଓ ତାହାଙ୍କ ଉପରେ ହାତ ଥୋଇ ତାହାଙ୍କୁ ସୁସ୍ଥ କଲେ।

9ଏହି ଘଟଣା ପରେ ସେହି ଦ୍ୱୀପରେ ଥିବା ଅବଶିଷ୍ଟ ପୀଡ଼ିତମାନେ ମଧ୍ୟ ଆସି ସୁସ୍ଥ ହେଲେ;

10ସେମାନେ ମଧ୍ୟ ଆମ୍ଭମାନଙ୍କୁ ବହୁତ ସମ୍ମାନ ଦ୍ୱାରା ସମାଦର କଲେ, ପୁଣି, ଆମ୍ଭମାନଙ୍କର ପ୍ରସ୍ଥାନ କରିବା ସମୟରେ ଆମ୍ଭମାନଙ୍କ ପ୍ରୟୋଜନୀୟ ପଦାର୍ଥସବୁ ଯୋଗାଇଦେଲେ।

11ତିନି ମାସ ପରେ ଆମ୍ଭେମାନେ ଗୋଟିଏ ଆଲେକ୍‍ଜାଣ୍ଡ୍ରୀୟ ଜାହାଜରେ ଚଢ଼ି ଯାତ୍ରା କଲୁ, ସେହି ଜାହାଜ ଏହି ଦ୍ୱୀପରେ ଶୀତକାଳ କଟାଇଥିଲା, ତାହାର ଚିହ୍ନ ମିଥୁନ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.