ପ୍ରେରିତ 3

ଆଉ ଯେଉଁ ଜଣକ ମନ୍ଦିରର ସୁନ୍ଦର-ଦ୍ୱାର ନିକଟରେ ବସି ଭିକ୍ଷା ମାଗୁଥିଲା, ଏ ସେହି ଲୋକ ବୋଲି ସେମାନେ ଚିହ୍ନିଲେ, ପୁଣି, ତାʼ ପ୍ରତି ଯାହା ଘଟିଥିଲା, ତାହା ଦେଖି ସେମାନେ ଅତିଶୟ ବିସ୍ମୟାପନ୍ନ ଓ ଆଚମ୍ଭିତ ହେଲେ।

Acts 3:10 (UKJV) And they knew that it was he which sat for alms at the Beautiful gate of the temple: and they were filled with wonder and amazement at that which had happened unto him.

8ଆଉ ସେ କୁଦା ମାରି ଠିଆ ହେଲା; ପୁଣି, ଚାଲିବାକୁ ଲାଗିଲା; ଆଉ, ସେ ଚାଲୁ ଚାଲୁ ଓ କୁଦା ମାରୁ ମାରୁ, ପୁଣି, ଈଶ୍ବରଙ୍କର ପ୍ରଶଂସା କରୁ କରୁ ସେମାନଙ୍କ ସହିତ ମନ୍ଦିରରେ ପ୍ରବେଶ କଲା।

9ସେଥିରେ ଲୋକ ସମସ୍ତେ ତାହାକୁ ଚାଲିବା ଓ ଈଶ୍ବରଙ୍କ ପ୍ରଶଂସା କରିବା ଦେଖିଲେ,

10ଆଉ ଯେଉଁ ଜଣକ ମନ୍ଦିରର ସୁନ୍ଦର-ଦ୍ୱାର ନିକଟରେ ବସି ଭିକ୍ଷା ମାଗୁଥିଲା, ଏ ସେହି ଲୋକ ବୋଲି ସେମାନେ ଚିହ୍ନିଲେ, ପୁଣି, ତାʼ ପ୍ରତି ଯାହା ଘଟିଥିଲା, ତାହା ଦେଖି ସେମାନେ ଅତିଶୟ ବିସ୍ମୟାପନ୍ନ ଓ ଆଚମ୍ଭିତ ହେଲେ।

11ସେ ପିତର ଓ ଯୋହନଙ୍କୁ ଧରି ରହିଥିବା ସମୟରେ ଲୋକ ସମସ୍ତେ ଅତିଶୟ ବିସ୍ମୟାପନ୍ନ ହୋଇ ଶଲୋମନଙ୍କ ମଣ୍ଡପରେ ସେମାନଙ୍କ ନିକଟକୁ ଏକତ୍ର ଦୌଡ଼ିଆସିଲେ।

12ପିତର ତାହା ଦେଖି ଲୋକମାନଙ୍କୁ ଉତ୍ତର ଦେଲେ, ହେ ଇସ୍ରାଏଲୀୟ ଲୋକମାନେ, ଆପଣମାନେ କାହିଁକି ଏହି ଲୋକ ବିଷୟରେ ଚମତ୍କୃତ ହେଉଅଛନ୍ତି? କିମ୍ବା ଆମ୍ଭେମାନେ ଯେପରି ନିଜ ଶକ୍ତି ଅବା ଭକ୍ତି ବଳରେ ଏହାକୁ ଚାଲିବା ଶକ୍ତି ଦେଇଅଛୁ, ତାହା ଭାବି ଆମ୍ଭମାନଙ୍କ ପ୍ରତି କାହିଁକି ଏକଦୃଷ୍ଟିରେ ଚାହୁଁଅଛନ୍ତି?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.