ପ୍ରେରିତ 3

କିନ୍ତୁ ଜୀବନର କର୍ତ୍ତାଙ୍କୁ ବଧ କଲେ; ତାହାଙ୍କୁ ଈଶ୍ବର ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି, ଆମ୍ଭେମାନେ ସେଥିର ସାକ୍ଷୀ।

Acts 3:15 (UKJV) And killed the Prince of life, whom God has raised from the dead; whereof we are witnesses.

13ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କ ଈଶ୍ବର, ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ଈଶ୍ବର, ଆପଣା ଦାସ ଯୀଶୁଙ୍କୁ ଗୌରବାନ୍ୱିତ କରିଅଛନ୍ତି; ସେହି ଯୀଶୁଙ୍କୁ ଆପଣମାନେ ସମର୍ପଣ କଲେ, ପୁଣି, ଯେତେବେଳେ ପୀଲାତ ତାହାଙ୍କୁ ମୁକ୍ତ କରିବାକୁ ମନସ୍ଥ କରିଥିଲେ, ସେତେବେଳେ ତାହାଙ୍କୁ ଆପଣମାନେ ତାହାଙ୍କ ସାକ୍ଷାତରେ ଅସ୍ୱୀକାର କଲେ।

14ଆପଣମାନେ ସେହି ପବିତ୍ର ଓ ଧାର୍ମିକ ବ୍ୟକ୍ତିଙ୍କୁ ଅସ୍ୱୀକାର କଲେ, ଆଉ ଜଣେ ନରଘାତକ ଯେପରି ଆପଣମାନଙ୍କ ନିମନ୍ତେ ମୁକ୍ତ କରାଯାଏ, ଏହା ଆପଣ ପୀଲାତଙ୍କ ନିକଟରେ ପ୍ରାର୍ଥନା କଲେ,

15କିନ୍ତୁ ଜୀବନର କର୍ତ୍ତାଙ୍କୁ ବଧ କଲେ; ତାହାଙ୍କୁ ଈଶ୍ବର ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି, ଆମ୍ଭେମାନେ ସେଥିର ସାକ୍ଷୀ।

16ପୁଣି, ତାହାଙ୍କ ନାମରେ ବିଶ୍ୱାସ କରିବାରୁ ଏହି ଯେଉଁ ଲୋକକୁ ଆପଣମାନେ ଦେଖୁଅଛନ୍ତି ଓ ଜାଣିଅଛନ୍ତି, ଏହାକୁ ତାହାଙ୍କ ନାମ ବଳବାନ କରିଅଛି; ହଁ, ତାହାଙ୍କ ଦ୍ୱାରା ଦିଆଯାଇଥିବା ବିଶ୍ୱାସ ଆପଣ ସମସ୍ତଙ୍କ ସାକ୍ଷାତରେ ଏହାକୁ ସମ୍ପୂର୍ଣ୍ଣ ସ୍ୱାସ୍ଥ୍ୟ ଦାନ କରିଅଛି।

17ଆଉ ଏବେ, ହେ ଭାଇମାନେ, ଆପଣମାନଙ୍କ ଅଧ୍ୟକ୍ଷମାନେ ଯେପରି, ଆପଣମାନେ ମଧ୍ୟ ସେପରି ଅଜ୍ଞାନତା ହେତୁ ଏହା କରିଅଛନ୍ତି ବୋଲି ମୁଁ ଜାଣେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.