ପ୍ରେରିତ 3

ଆଉ ଏବେ, ହେ ଭାଇମାନେ, ଆପଣମାନଙ୍କ ଅଧ୍ୟକ୍ଷମାନେ ଯେପରି, ଆପଣମାନେ ମଧ୍ୟ ସେପରି ଅଜ୍ଞାନତା ହେତୁ ଏହା କରିଅଛନ୍ତି ବୋଲି ମୁଁ ଜାଣେ।

Acts 3:17 (UKJV) And now, brethren, I know that through ignorance all of you did it, as did also your rulers.

15କିନ୍ତୁ ଜୀବନର କର୍ତ୍ତାଙ୍କୁ ବଧ କଲେ; ତାହାଙ୍କୁ ଈଶ୍ବର ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି, ଆମ୍ଭେମାନେ ସେଥିର ସାକ୍ଷୀ।

16ପୁଣି, ତାହାଙ୍କ ନାମରେ ବିଶ୍ୱାସ କରିବାରୁ ଏହି ଯେଉଁ ଲୋକକୁ ଆପଣମାନେ ଦେଖୁଅଛନ୍ତି ଓ ଜାଣିଅଛନ୍ତି, ଏହାକୁ ତାହାଙ୍କ ନାମ ବଳବାନ କରିଅଛି; ହଁ, ତାହାଙ୍କ ଦ୍ୱାରା ଦିଆଯାଇଥିବା ବିଶ୍ୱାସ ଆପଣ ସମସ୍ତଙ୍କ ସାକ୍ଷାତରେ ଏହାକୁ ସମ୍ପୂର୍ଣ୍ଣ ସ୍ୱାସ୍ଥ୍ୟ ଦାନ କରିଅଛି।

17ଆଉ ଏବେ, ହେ ଭାଇମାନେ, ଆପଣମାନଙ୍କ ଅଧ୍ୟକ୍ଷମାନେ ଯେପରି, ଆପଣମାନେ ମଧ୍ୟ ସେପରି ଅଜ୍ଞାନତା ହେତୁ ଏହା କରିଅଛନ୍ତି ବୋଲି ମୁଁ ଜାଣେ।

18କିନ୍ତୁ ଈଶ୍ବର ଆପଣା ଖ୍ରୀଷ୍ଟଙ୍କ ଦୁଃଖଭୋଗ ବିଷୟରେ ସମସ୍ତ ଭାବବାଦୀଙ୍କ ମୁଖ ଦ୍ୱାରା ଯାହା ଯାହା ପୂର୍ବରୁ ପ୍ରଚାର କରିଥିଲେ, ସେହିସବୁ ସେ ଏହି ପ୍ରକାରେ ସଫଳ କରିଅଛନ୍ତି।

19ଅତଏବ, ଯେପରି ଆପଣମାନଙ୍କର ପାପମୋଚନ ହୋଇପାରେ, ଏଥିନିମନ୍ତେ ମନ-ପରିବର୍ତ୍ତନ କରି ଫେରି ଆସନ୍ତୁ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.