17ଆଉ ଏବେ, ହେ ଭାଇମାନେ, ଆପଣମାନଙ୍କ ଅଧ୍ୟକ୍ଷମାନେ ଯେପରି, ଆପଣମାନେ ମଧ୍ୟ ସେପରି ଅଜ୍ଞାନତା ହେତୁ ଏହା କରିଅଛନ୍ତି ବୋଲି ମୁଁ ଜାଣେ।
18କିନ୍ତୁ ଈଶ୍ବର ଆପଣା ଖ୍ରୀଷ୍ଟଙ୍କ ଦୁଃଖଭୋଗ ବିଷୟରେ ସମସ୍ତ ଭାବବାଦୀଙ୍କ ମୁଖ ଦ୍ୱାରା ଯାହା ଯାହା ପୂର୍ବରୁ ପ୍ରଚାର କରିଥିଲେ, ସେହିସବୁ ସେ ଏହି ପ୍ରକାରେ ସଫଳ କରିଅଛନ୍ତି।
19ଅତଏବ, ଯେପରି ଆପଣମାନଙ୍କର ପାପମୋଚନ ହୋଇପାରେ, ଏଥିନିମନ୍ତେ ମନ-ପରିବର୍ତ୍ତନ କରି ଫେରି ଆସନ୍ତୁ,
20ତାହାହେଲେ ପ୍ରଭୁଙ୍କ ଛାମୁରୁ ସାନ୍ତ୍ୱନାର ସମୟ ଉପସ୍ଥିତ ହେବ; ପୁଣି, ଆପଣମାନଙ୍କ ନିମନ୍ତେ ପୂର୍ବନିରୂପିତ ଖ୍ରୀଷ୍ଟଙ୍କୁ ଅର୍ଥାତ୍ ଯୀଶୁଙ୍କୁ ସେ ପ୍ରେରଣ କରିବେ।
21ସମସ୍ତ ବିଷୟ ପୁନଃସ୍ଥାପନର ଯେଉଁ ସମୟର କଥା ଅତି ପ୍ରାଚୀନକାଳରୁ ଈଶ୍ବର ଆପଣା ପବିତ୍ର ଭାବବାଦୀମାନଙ୍କ ମୁଖ ଦ୍ୱାରା କହିଅଛନ୍ତି, ସେହି ସମୟ ଉପସ୍ଥିତ ନ ହେବା ପର୍ଯ୍ୟନ୍ତ ତାହାଙ୍କୁ ନିଶ୍ଚୟ ସ୍ୱର୍ଗରେ ଗୃହୀତ ହେବାକୁ ହେବ।