ପ୍ରେରିତ 3

ଏପରି ସମୟରେ ମାତୃଗର୍ଭରୁ ଖଞ୍ଜ ଜଣେ ଲୋକ ବୁହା ହୋଇ ଯାଉଥିଲା। ମନ୍ଦିରରେ ପ୍ରବେଶ କରୁଥିବା ଲୋକମାନଙ୍କଠାରୁ ଭିକ୍ଷା ମାଗିବା ନିମନ୍ତେ ଲୋକେ ତାହାକୁ ପ୍ରତିଦିନ ସେଥିର ସୁନ୍ଦର ନାମକ ଦ୍ୱାରରେ ରଖିଦେଉଥିଲେ।

Acts 3:2 (UKJV) And a certain man lame from his mother's womb was carried, whom they laid daily at the gate of the temple which is called Beautiful, to ask alms of them that entered into the temple;

1ଦିନେ ପ୍ରାର୍ଥନାର ନିର୍ଦ୍ଧିଷ୍ଟ ସମୟରେ, ଅର୍ଥାତ୍‍ ଅପରାହ୍ନ ତିନି ଘଣ୍ଟା ବେଳେ ପିତର ଓ ଯୋହନ ମନ୍ଦିରକୁ ଯାଉଥିଲେ।

2ଏପରି ସମୟରେ ମାତୃଗର୍ଭରୁ ଖଞ୍ଜ ଜଣେ ଲୋକ ବୁହା ହୋଇ ଯାଉଥିଲା। ମନ୍ଦିରରେ ପ୍ରବେଶ କରୁଥିବା ଲୋକମାନଙ୍କଠାରୁ ଭିକ୍ଷା ମାଗିବା ନିମନ୍ତେ ଲୋକେ ତାହାକୁ ପ୍ରତିଦିନ ସେଥିର ସୁନ୍ଦର ନାମକ ଦ୍ୱାରରେ ରଖିଦେଉଥିଲେ।

3ସେ ପିତର ଓ ଯୋହନଙ୍କୁ ମନ୍ଦିରରେ ପ୍ରବେଶ କରିବାକୁ ଯାଉଥିବା ଦେଖି ଭିକ୍ଷା ମାଗିବାକୁ ଲାଗିଲା

4ପିତର ଓ ଯୋହନ ତାହା ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁଲେ, ପୁଣି, ପିତର କହିଲେ, “ଆମ୍ଭମାନଙ୍କ ଆଡ଼କୁ ଚାହଁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.