ପ୍ରେରିତ 3

ତାହାହେଲେ ପ୍ରଭୁଙ୍କ ଛାମୁରୁ ସାନ୍ତ୍ୱନାର ସମୟ ଉପସ୍ଥିତ ହେବ; ପୁଣି, ଆପଣମାନଙ୍କ ନିମନ୍ତେ ପୂର୍ବନିରୂପିତ ଖ୍ରୀଷ୍ଟଙ୍କୁ ଅର୍ଥାତ୍‍ ଯୀଶୁଙ୍କୁ ସେ ପ୍ରେରଣ କରିବେ।

Acts 3:20 (UKJV) And he shall send Jesus Christ, which before was preached unto you:

18କିନ୍ତୁ ଈଶ୍ବର ଆପଣା ଖ୍ରୀଷ୍ଟଙ୍କ ଦୁଃଖଭୋଗ ବିଷୟରେ ସମସ୍ତ ଭାବବାଦୀଙ୍କ ମୁଖ ଦ୍ୱାରା ଯାହା ଯାହା ପୂର୍ବରୁ ପ୍ରଚାର କରିଥିଲେ, ସେହିସବୁ ସେ ଏହି ପ୍ରକାରେ ସଫଳ କରିଅଛନ୍ତି।

19ଅତଏବ, ଯେପରି ଆପଣମାନଙ୍କର ପାପମୋଚନ ହୋଇପାରେ, ଏଥିନିମନ୍ତେ ମନ-ପରିବର୍ତ୍ତନ କରି ଫେରି ଆସନ୍ତୁ,

20ତାହାହେଲେ ପ୍ରଭୁଙ୍କ ଛାମୁରୁ ସାନ୍ତ୍ୱନାର ସମୟ ଉପସ୍ଥିତ ହେବ; ପୁଣି, ଆପଣମାନଙ୍କ ନିମନ୍ତେ ପୂର୍ବନିରୂପିତ ଖ୍ରୀଷ୍ଟଙ୍କୁ ଅର୍ଥାତ୍‍ ଯୀଶୁଙ୍କୁ ସେ ପ୍ରେରଣ କରିବେ।

21ସମସ୍ତ ବିଷୟ ପୁନଃସ୍ଥାପନର ଯେଉଁ ସମୟର କଥା ଅତି ପ୍ରାଚୀନକାଳରୁ ଈଶ୍ବର ଆପଣା ପବିତ୍ର ଭାବବାଦୀମାନଙ୍କ ମୁଖ ଦ୍ୱାରା କହିଅଛନ୍ତି, ସେହି ସମୟ ଉପସ୍ଥିତ ନ ହେବା ପର୍ଯ୍ୟନ୍ତ ତାହାଙ୍କୁ ନିଶ୍ଚୟ ସ୍ୱର୍ଗରେ ଗୃହୀତ ହେବାକୁ ହେବ।

22ମୋଶା ତ କହିଥିଲେ, ପ୍ରଭୁ ଈଶ୍ବର ତୁମ୍ଭମାନଙ୍କର ଭାଇମାନଙ୍କ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ ମୋହର ସଦୃଶ ଜଣେ ଭାବବାଦୀଙ୍କୁ ଉତ୍ପନ୍ନ କରିବେ; ଯେଉଁ ଯେଉଁ ବିଷୟରେ ସେ ତୁମ୍ଭମାନଙ୍କୁ କହିବେ, ସେହିସବୁ ବିଷୟରେ ତୁମ୍ଭେମାନେ ତାହାଙ୍କ କଥା ଶୁଣିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.