22ମୋଶା ତ କହିଥିଲେ, ପ୍ରଭୁ ଈଶ୍ବର ତୁମ୍ଭମାନଙ୍କର ଭାଇମାନଙ୍କ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ ମୋହର ସଦୃଶ ଜଣେ ଭାବବାଦୀଙ୍କୁ ଉତ୍ପନ୍ନ କରିବେ; ଯେଉଁ ଯେଉଁ ବିଷୟରେ ସେ ତୁମ୍ଭମାନଙ୍କୁ କହିବେ, ସେହିସବୁ ବିଷୟରେ ତୁମ୍ଭେମାନେ ତାହାଙ୍କ କଥା ଶୁଣିବ।
23କିନ୍ତୁ ଏପରି ଘଟିବ ଯେ, ଯେଉଁ ପ୍ରାଣୀ ସେହି ଭାବବାଦୀଙ୍କର କଥା ଶୁଣିବ ନାହିଁ, ସେ ଲୋକମାନଙ୍କ ମଧ୍ୟରେ ବିନଷ୍ଟ ହେବ।
24ହଁ, ଶାମୁୟେଲ ଓ ତାହାଙ୍କ ପରବର୍ତ୍ତୀ ସମୟଠାରୁ ଯେତେ ଭାବବାଦୀ କଥା କହିଅଛନ୍ତି, ସେମାନେ ସମସ୍ତେ ମଧ୍ୟ ଏହି କାଳର ବିଷୟ ପ୍ରଚାର କରିଅଛନ୍ତି
25ଆପଣମାନେ ସେହି ଭାବବାଦୀମାନଙ୍କର ସନ୍ତାନ, ପୁଣି, ତୁମ୍ଭର ବଂଶ ଦ୍ୱାରା ପୃଥିବୀର ସମସ୍ତ ଗୋଷ୍ଠୀ ଆଶୀର୍ବାଦ ପ୍ରାପ୍ତ ହେବେ, ଏହି ବାକ୍ୟ ଈଶ୍ବର ଅବ୍ରହାମଙ୍କୁ କହି ଆପଣମାନଙ୍କ ପିତୃ-ପୁରୁଷମାନଙ୍କ ସହିତ ଯେଉଁ ନିୟମ ସ୍ଥାପନ କରିଥିଲେ, ଆପଣମାନେ ସେହି ନିୟମର ସନ୍ତାନ ଅଟନ୍ତି।
26ଈଶ୍ବର ପ୍ରଥମେ ଆପଣମାନଙ୍କ ନିମନ୍ତେ ଆପଣାର ସେହି ଦାସଙ୍କୁ ଉତ୍ପନ୍ନ କରି ପ୍ରେରଣ କଲେ, ଯେପରି ସେ ଆପଣମାନଙ୍କର ପ୍ରତ୍ୟେକ ଜଣଙ୍କୁ ନିଜ ନିଜ ଦୁଷ୍ଟତାରୁ ଫେରାଇ ଆଶୀର୍ବାଦ କରନ୍ତି।