ପ୍ରେରିତ 3

ପିତର ଓ ଯୋହନ ତାହା ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁଲେ, ପୁଣି, ପିତର କହିଲେ, “ଆମ୍ଭମାନଙ୍କ ଆଡ଼କୁ ଚାହଁ।”

Acts 3:4 (UKJV) And Peter, fastening his eyes upon him with John, said, Look on us.

2ଏପରି ସମୟରେ ମାତୃଗର୍ଭରୁ ଖଞ୍ଜ ଜଣେ ଲୋକ ବୁହା ହୋଇ ଯାଉଥିଲା। ମନ୍ଦିରରେ ପ୍ରବେଶ କରୁଥିବା ଲୋକମାନଙ୍କଠାରୁ ଭିକ୍ଷା ମାଗିବା ନିମନ୍ତେ ଲୋକେ ତାହାକୁ ପ୍ରତିଦିନ ସେଥିର ସୁନ୍ଦର ନାମକ ଦ୍ୱାରରେ ରଖିଦେଉଥିଲେ।

3ସେ ପିତର ଓ ଯୋହନଙ୍କୁ ମନ୍ଦିରରେ ପ୍ରବେଶ କରିବାକୁ ଯାଉଥିବା ଦେଖି ଭିକ୍ଷା ମାଗିବାକୁ ଲାଗିଲା

4ପିତର ଓ ଯୋହନ ତାହା ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁଲେ, ପୁଣି, ପିତର କହିଲେ, “ଆମ୍ଭମାନଙ୍କ ଆଡ଼କୁ ଚାହଁ।”

5ସେଥିରେ ସେ ସେମାନଙ୍କଠାରୁ କିଛି ପାଇବା ଆଶାରେ ସେମାନଙ୍କ ଆଡ଼କୁ ଚାହିଁ ରହିଲା।

6କିନ୍ତୁ ପିତର କହିଲେ, ରୂପା କି ସୁନା ମୋହର ନାହିଁ; ମାତ୍ର ମୋହର ଯାହା ଅଛି, ତାହା ମୁଁ ତୁମ୍ଭକୁ ଦେଉଅଛି; ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଚାଲ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.