5ସେଥିରେ ସେ ସେମାନଙ୍କଠାରୁ କିଛି ପାଇବା ଆଶାରେ ସେମାନଙ୍କ ଆଡ଼କୁ ଚାହିଁ ରହିଲା।
6କିନ୍ତୁ ପିତର କହିଲେ, ରୂପା କି ସୁନା ମୋହର ନାହିଁ; ମାତ୍ର ମୋହର ଯାହା ଅଛି, ତାହା ମୁଁ ତୁମ୍ଭକୁ ଦେଉଅଛି; ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଚାଲ।
7ପୁଣି, ସେ ତାହାର ଡାହାଣ ହାତ ଧରି ତାହାକୁ ଉଠାଇଲେ; ସେଥିରେ ସେହିକ୍ଷଣି ତାହାର ପାଦ ଓ ଗୋଡ଼ର ଗଣ୍ଠିସବୁ ବଳ ପାଇଲା,
8ଆଉ ସେ କୁଦା ମାରି ଠିଆ ହେଲା; ପୁଣି, ଚାଲିବାକୁ ଲାଗିଲା; ଆଉ, ସେ ଚାଲୁ ଚାଲୁ ଓ କୁଦା ମାରୁ ମାରୁ, ପୁଣି, ଈଶ୍ବରଙ୍କର ପ୍ରଶଂସା କରୁ କରୁ ସେମାନଙ୍କ ସହିତ ମନ୍ଦିରରେ ପ୍ରବେଶ କଲା।
9ସେଥିରେ ଲୋକ ସମସ୍ତେ ତାହାକୁ ଚାଲିବା ଓ ଈଶ୍ବରଙ୍କ ପ୍ରଶଂସା କରିବା ଦେଖିଲେ,