7ପୁଣି, ସେ ତାହାର ଡାହାଣ ହାତ ଧରି ତାହାକୁ ଉଠାଇଲେ; ସେଥିରେ ସେହିକ୍ଷଣି ତାହାର ପାଦ ଓ ଗୋଡ଼ର ଗଣ୍ଠିସବୁ ବଳ ପାଇଲା,
8ଆଉ ସେ କୁଦା ମାରି ଠିଆ ହେଲା; ପୁଣି, ଚାଲିବାକୁ ଲାଗିଲା; ଆଉ, ସେ ଚାଲୁ ଚାଲୁ ଓ କୁଦା ମାରୁ ମାରୁ, ପୁଣି, ଈଶ୍ବରଙ୍କର ପ୍ରଶଂସା କରୁ କରୁ ସେମାନଙ୍କ ସହିତ ମନ୍ଦିରରେ ପ୍ରବେଶ କଲା।
9ସେଥିରେ ଲୋକ ସମସ୍ତେ ତାହାକୁ ଚାଲିବା ଓ ଈଶ୍ବରଙ୍କ ପ୍ରଶଂସା କରିବା ଦେଖିଲେ,
10ଆଉ ଯେଉଁ ଜଣକ ମନ୍ଦିରର ସୁନ୍ଦର-ଦ୍ୱାର ନିକଟରେ ବସି ଭିକ୍ଷା ମାଗୁଥିଲା, ଏ ସେହି ଲୋକ ବୋଲି ସେମାନେ ଚିହ୍ନିଲେ, ପୁଣି, ତାʼ ପ୍ରତି ଯାହା ଘଟିଥିଲା, ତାହା ଦେଖି ସେମାନେ ଅତିଶୟ ବିସ୍ମୟାପନ୍ନ ଓ ଆଚମ୍ଭିତ ହେଲେ।
11ସେ ପିତର ଓ ଯୋହନଙ୍କୁ ଧରି ରହିଥିବା ସମୟରେ ଲୋକ ସମସ୍ତେ ଅତିଶୟ ବିସ୍ମୟାପନ୍ନ ହୋଇ ଶଲୋମନଙ୍କ ମଣ୍ଡପରେ ସେମାନଙ୍କ ନିକଟକୁ ଏକତ୍ର ଦୌଡ଼ିଆସିଲେ।