ପ୍ରେରିତ 4

ପିତର ଏବଂ ଯୋହନ ଲୋକମାନଙ୍କ ନିକଟରେ କଥା କହୁଥିବା ସମୟରେ ଯାଜକମାନେ, ମନ୍ଦିର ସେନାପତି ଓ ସାଦ୍ଦୂକୀମାନେ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ;

Acts 4:1 (UKJV) And as they spoke unto the people, the priests, and the captain of the temple, and the Sadducees, came upon them,

1ପିତର ଏବଂ ଯୋହନ ଲୋକମାନଙ୍କ ନିକଟରେ କଥା କହୁଥିବା ସମୟରେ ଯାଜକମାନେ, ମନ୍ଦିର ସେନାପତି ଓ ସାଦ୍ଦୂକୀମାନେ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ;

2ସେମାନେ ବିରକ୍ତ ହୋଇଥିଲେ, କାରଣ ପ୍ରେରିତମାନେ ଲୋକମାନଙ୍କୁ ଶିକ୍ଷା ଦେଉଥିଲେ ଓ ଯୀଶୁଙ୍କ କଥା ଧରି ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ବିଷୟ ପ୍ରଚାର କରୁଥିଲେ।

3ପୁଣି, ସେମାନେ ଶିଷ୍ୟମାନଙ୍କୁ ଧରି ପରଦିନ ପର୍ଯ୍ୟନ୍ତ କାରାଗାରରେ ରଖିଲେ, କାରଣ ସେତେବେଳେ ସନ୍ଧ୍ୟା ହୋଇଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.