11“‘ଗୃହ ନିର୍ମାଣକାରୀ ଯେ ଆପଣମାନେ, ଆପଣମାନଙ୍କ ଦ୍ୱାରା ଯେଉଁ ପ୍ରସ୍ତର ଅଗ୍ରାହ୍ୟ ହୋଇଥିଲା, ଯାହା କୋଣର ପ୍ରଧାନ ପ୍ରସ୍ତର ହେଲା, ସେ ସେହି ପ୍ରସ୍ତର।’
12ତାହାଙ୍କ ଛଡ଼ା ଆଉ କାହାଠାରେ ପରିତ୍ରାଣ ନାହିଁ; କାରଣ ଯାହା ଦ୍ୱାରା ଆମ୍ଭମାନଙ୍କୁ ପରିତ୍ରାଣ ପାଇବାକୁ ହେବ, ଆକାଶ ତଳେ ମନୁଷ୍ୟମାନଙ୍କ ମଧ୍ୟରେ ଆଉ କୌଣସି ନାମ ଦିଆଯାଇ ନାହିଁ।”
13ସେମାନେ ପିତର ଓ ଯୋହନଙ୍କ ସାହସ ଦେଖି ଏବଂ ସେମାନେ ଯେ ଅଶିକ୍ଷିତ ଓ ଅଜ୍ଞାନ ଲୋକ, ଏହା ବୁଝି ଆଶ୍ଚର୍ଯ୍ୟ ହେଲେ, ପୁଣି, ସେମାନେ ଯୀଶୁଙ୍କ ସାଙ୍ଗରେ ଥିଲେ ବୋଲି ସେମାନଙ୍କୁ ଚିହ୍ନିଲେ,
14ଆଉ ସେହି ସୁସ୍ଥ ହୋଇଥିବା ଲୋକଟି ସେମାନଙ୍କ ସାଙ୍ଗରେ ଠିଆ ହୋଇଥିବାର ଦେଖି, ସେମାନଙ୍କ ବିରୁଦ୍ଧରେ କିଛି କହି ପାରିଲେ ନାହିଁ।
15ପରେ ସେମାନଙ୍କୁ ସଭାରୁ ବାହାରିଯିବାକୁ ଆଜ୍ଞା ଦେଇ ସେମାନେ ପରସ୍ପର ମଧ୍ୟରେ ପରାମର୍ଶ କରି କହିବାକୁ ଲାଗିଲେ ଏହି ଲୋକମାନଙ୍କ ପ୍ରତି କଅଣ କରିବା?