15ପରେ ସେମାନଙ୍କୁ ସଭାରୁ ବାହାରିଯିବାକୁ ଆଜ୍ଞା ଦେଇ ସେମାନେ ପରସ୍ପର ମଧ୍ୟରେ ପରାମର୍ଶ କରି କହିବାକୁ ଲାଗିଲେ ଏହି ଲୋକମାନଙ୍କ ପ୍ରତି କଅଣ କରିବା?
16କାରଣ ଏମାନଙ୍କ ଦ୍ୱାରା ଯେ, ଗୋଟିଏ ମହା ଆଶ୍ଚର୍ଯ୍ୟକର୍ମ ସାଧିତ ହୋଇଅଛି ଏହା ଯିରୂଶାଲମ ସହରନିବାସୀ ସମସ୍ତଙ୍କ ନିକଟରେ ପ୍ରକାଶିତ ହୋଇଅଛି, ଆଉ ଆମ୍ଭେମାନେ ତାହା ଅସ୍ୱୀକାର କରି ନ ପାରୁ;
17କିନ୍ତୁ ଏ କଥାଟା ଯେପରି ଲୋକମାନଙ୍କ ମଧ୍ୟରେ ଆହୁରି ଅଧିକ ବ୍ୟାପି ନ ଯାଏ, ଏଥିପାଇଁ ଏହି ନାମରେ କୌଣସି ଲୋକକୁ ଆଉ କିଛି ନ କହିବାକୁ ସେମାନଙ୍କୁ ଭୟ ଦେଖାଇବା।
18ପରେ ସେମାନଙ୍କୁ ଡାକି ଯୀଶୁଙ୍କ ନାମରେ ଆଦୌ କଥା ନ କହିବାକୁ ବା ଶିକ୍ଷା ନ ଦେବାକୁ ଦୃଢ଼ରୂପେ ସେମାନଙ୍କୁ ଅାଜ୍ଞା ଦେଲେ।
19କିନ୍ତୁ ପିତର ଓ ଯୋହନ ସେମାନଙ୍କୁ ଉତ୍ତର ଦେଲେ, ଈଶ୍ବରଙ୍କ କଥା ଶୁଣିବା ଅପେକ୍ଷା ଆପଣମାନଙ୍କ କଥା ଶୁଣିବା ଈଶ୍ବରଙ୍କ ଦୃଷ୍ଟିରେ ଯଥାର୍ଥ କି ନା, ତାହା ଆପଣମାନେ ବିଚାର କରନ୍ତୁ