19କିନ୍ତୁ ପିତର ଓ ଯୋହନ ସେମାନଙ୍କୁ ଉତ୍ତର ଦେଲେ, ଈଶ୍ବରଙ୍କ କଥା ଶୁଣିବା ଅପେକ୍ଷା ଆପଣମାନଙ୍କ କଥା ଶୁଣିବା ଈଶ୍ବରଙ୍କ ଦୃଷ୍ଟିରେ ଯଥାର୍ଥ କି ନା, ତାହା ଆପଣମାନେ ବିଚାର କରନ୍ତୁ
20କାରଣ ଆମ୍ଭେମାନେ ଯାହା ଯାହା ଦେଖିଅଛୁ ଓ ଶୁଣିଅଛୁ, ସେହିସବୁ ନ କହି ରହି ନ ପାରୁ।
21ସେଥିରେ ସେମାନେ ଲୋକମାନଙ୍କ ହେତୁ ସେମାନଙ୍କୁ ଦଣ୍ଡ ଦେବାର କୌଣସି ବାଟ ନ ପାଇବାରୁ ସେମାନଙ୍କୁ ଅଧିକ ଭୟ ଦେଖାଇ ଛାଡ଼ିଦେଲେ, ଯେଣୁ ଯାହା ଘଟିଥିଲା, ସେଥିନିମନ୍ତେ ଲୋକ ସମସ୍ତେ ଈଶ୍ବରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲେ,
22କାରଣ ଯେଉଁ ଲୋକଠାରେ ସେହି ସୁସ୍ଥତାର ଆଶ୍ଚର୍ଯ୍ୟକର୍ମ କରାଯାଇଥିଲା, ତାହାର ବୟସ ଚାଳିଶ ବର୍ଷରୁ ଊର୍ଦ୍ଧ୍ୱ ଥିଲା।
23ଶିଷ୍ୟମାନେ ମୁକ୍ତ ହୋଇ ଆପଣା ସଙ୍ଗୀମାନଙ୍କ ନିକଟକୁ ଗଲେ ଏବଂ ପ୍ରଧାନ ଯାଜକ ଓ ପ୍ରାଚୀନମାନେ ସେମାନଙ୍କୁ ଯାହା ଯାହା କହିଥିଲେ, ସେହିସବୁ ଜଣାଇଲେ।