25ତୁମ୍ଭେ ଆପଣା ଦାସ ଆମ୍ଭମାନଙ୍କ ପିତା ଦାଉଦଙ୍କ ମୁଖ ଦେଇ ପବିତ୍ର ଆତ୍ମାଙ୍କ ଦ୍ୱାରା ଏହି କଥା କହିଅଛ, “‘ଅଣଯିହୁଦୀମାନେ କାହିଁକି କଳହ କଲେ, ଆଉ ଲୋକମାନେ କାହିଁକି ଅନର୍ଥକ ବିଷୟ କଳ୍ପନା କଲେ?
26ପ୍ରଭୁଙ୍କ ବିରୁଦ୍ଧରେ ଓ ତାହାଙ୍କ ଅଭିଷିକ୍ତଙ୍କ ବିରୁଦ୍ଧରେ, ପୃଥିବୀର ରାଜାମାନେ ଠିଆ ହେଲେ, ପୁଣି, ଶାସନକର୍ତ୍ତାମାନେ ଏକତ୍ର ହେଲେ।’
27କାରଣ ତୁମ୍ଭର ଯେଉଁ ପବିତ୍ର ଦାସ ଯୀଶୁଙ୍କୁ ତୁମ୍ଭେ ଅଭିଷିକ୍ତ କଲ, ପ୍ରକୃତରେ ତାହାଙ୍କ ବିରୁଦ୍ଧରେ ହେରୋଦ ଏବଂ ପନ୍ତିୟ ପୀଲାତ ଉଭୟ ଅଣଯିହୁଦୀ ଓ ଇସ୍ରାଏଲ ଲୋକମାନଙ୍କ ସହିତ ଏହି ନଗରରେ,
28ତୁମ୍ଭର ସଂକଳ୍ପ ଦ୍ୱାରା ଯେ ସମସ୍ତ ବିଷୟ ଘଟିବ ବୋଲି ପୂର୍ବରୁ ନିରୂପିତ ହୋଇଥିଲା, ତାହା କରିବାକୁ ଏକତ୍ର ହେଲେ।
29ଆଉ ଏବେ, ହେ ପ୍ରଭୁ, ସେମାନଙ୍କ ତର୍ଜନଗର୍ଜନ ପ୍ରତି ଦୃଷ୍ଟିପାତ କର; ପୁଣି, ତୁମ୍ଭର ଦାସମାନଙ୍କୁ ପୂର୍ଣ୍ଣ ସାହସ ସହ ତୁମ୍ଭର ବାକ୍ୟ କହିବାକୁ ଶକ୍ତି ଦିଅ,