30ଆଉ ସେଥି ସଙ୍ଗେ ସଙ୍ଗେ ତୁମ୍ଭର ପବିତ୍ର ଦାସ ଯୀଶୁଙ୍କ ନାମରେ ସୁସ୍ଥ କରିବା ନିମନ୍ତେ ଏବଂ ଲକ୍ଷଣ ଓ ଅଦ୍ଭୁତ କର୍ମମାନ ସାଧନ କରିବା ପାଇଁ ତୁମ୍ଭର ହସ୍ତ ବିସ୍ତାର କର।”
31ସେମାନେ ପ୍ରାର୍ଥନା କଲା ଉତ୍ତାରେ, ଯେଉଁ ସ୍ଥାନରେ ଏକତ୍ର ହୋଇଥିଲେ, ତାହା କମ୍ପି ଉଠିଲା, ପୁଣି, ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ ହୋଇ, ସାହସରେ ଈଶ୍ବରଙ୍କ ବାକ୍ୟ କହିବାକୁ ଲାଗିଲେ।
32ବିଶ୍ୱାସକାରୀ ଲୋକସମୂହ ଏକଚିତ୍ତ ଓ ଏକପ୍ରାଣ ଥିଲେ; ସେମାନଙ୍କ ମଧ୍ୟରୁ କେହିହେଲେ ଆପଣା ସମ୍ପତ୍ତି ମଧ୍ୟରୁ କିଛି ନିଜର ବୋଲି କହୁ ନ ଥିଲେ, କିନ୍ତୁ ସେମାନଙ୍କର ସମସ୍ତ ବିଷୟ ସାଧାରଣ ଥିଲା।
33ପ୍ରେରିତମାନେ ମହାଶକ୍ତି ସହିତ ପ୍ରଭୁ ଯୀଶୁଙ୍କ ପୁନରୁତ୍ଥାନ ବିଷୟରେ ସାକ୍ଷ୍ୟ ଦେବାକୁ ଲାଗିଲେ, ପୁଣି, ସମସ୍ତଙ୍କ ଉପରେ ମହା ଅନୁଗ୍ରହ ଥିଲା।
34ଯେଣୁ ସେମାନଙ୍କ ମଧ୍ୟରେ କାହାରି କୌଣସି ଅଭାବ ନ ଥିଲା, କାରଣ ଯେତେ ଲୋକଙ୍କର ଭୂମି ବା ଗୃହ ଥିଲା, ସେମାନେ ତାହା ବିକ୍ରୟ କରି ବିକ୍ରୀତ ସମ୍ପତ୍ତିର ମୂଲ୍ୟ ଆଣି ପ୍ରେରିତମାନଙ୍କର ପାଦ ତଳେ ରଖୁଥିଲେ,