ପ୍ରେରିତ 4

ଯେଣୁ ସେମାନଙ୍କ ମଧ୍ୟରେ କାହାରି କୌଣସି ଅଭାବ ନ ଥିଲା, କାରଣ ଯେତେ ଲୋକଙ୍କର ଭୂମି ବା ଗୃହ ଥିଲା, ସେମାନେ ତାହା ବିକ୍ରୟ କରି ବିକ୍ରୀତ ସମ୍ପତ୍ତିର ମୂଲ୍ୟ ଆଣି ପ୍ରେରିତମାନଙ୍କର ପାଦ ତଳେ ରଖୁଥିଲେ,

Acts 4:34 (UKJV) Neither was there any among them that lacked: for as many as were possessors of lands or houses sold them, and brought the prices of the things that were sold,

32ବିଶ୍ୱାସକାରୀ ଲୋକସମୂହ ଏକଚିତ୍ତ ଓ ଏକପ୍ରାଣ ଥିଲେ; ସେମାନଙ୍କ ମଧ୍ୟରୁ କେହିହେଲେ ଆପଣା ସମ୍ପତ୍ତି ମଧ୍ୟରୁ କିଛି ନିଜର ବୋଲି କହୁ ନ ଥିଲେ, କିନ୍ତୁ ସେମାନଙ୍କର ସମସ୍ତ ବିଷୟ ସାଧାରଣ ଥିଲା।

33ପ୍ରେରିତମାନେ ମହାଶକ୍ତି ସହିତ ପ୍ରଭୁ ଯୀଶୁଙ୍କ ପୁନରୁତ୍ଥାନ ବିଷୟରେ ସାକ୍ଷ୍ୟ ଦେବାକୁ ଲାଗିଲେ, ପୁଣି, ସମସ୍ତଙ୍କ ଉପରେ ମହା ଅନୁଗ୍ରହ ଥିଲା।

34ଯେଣୁ ସେମାନଙ୍କ ମଧ୍ୟରେ କାହାରି କୌଣସି ଅଭାବ ନ ଥିଲା, କାରଣ ଯେତେ ଲୋକଙ୍କର ଭୂମି ବା ଗୃହ ଥିଲା, ସେମାନେ ତାହା ବିକ୍ରୟ କରି ବିକ୍ରୀତ ସମ୍ପତ୍ତିର ମୂଲ୍ୟ ଆଣି ପ୍ରେରିତମାନଙ୍କର ପାଦ ତଳେ ରଖୁଥିଲେ,

35ଆଉ ପ୍ରତ୍ୟେକ ଜଣକୁ ତାହାର ଅଭାବ ଅନୁସାରେ ତାହା ବିତରଣ କରାଯାଉଥିଲା।

36ପୁଣି, ଯୋଷେଫ, ସାଇପ୍ରସ୍ ଦ୍ବୀପରୁ ଲେବୀ ବଂଶଜାତ ଜଣେ ଲୋକ, ଯାହାଙ୍କୁ ପ୍ରେରିତମାନେ ବର୍ଣ୍ଣବ୍ବା ବୋଲି ଉପନାମ ଦେଇଥିଲେ (ଅର୍ଥାତ୍‍ ସାନ୍ତ୍ୱନାର ପୁତ୍ର),

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.