4ତଥାପି ବାକ୍ୟ ଶୁଣିବା ଲୋକମାନଙ୍କ ମଧ୍ୟରୁ ଅନେକେ ବିଶ୍ୱାସ କଲେ, ଆଉ ପୁରୁଷମାନଙ୍କର ସଂଖ୍ୟା ପ୍ରାୟ ପାଞ୍ଚ ହଜାର ହେଲା।
5ପରଦିନ ଲୋକମାନଙ୍କର ଅଧ୍ୟକ୍ଷ, ପ୍ରାଚୀନ ଓ ଶାସ୍ତ୍ରୀମାନେ ଯିରୂଶାଲମ ସହରରେ ଏକତ୍ରିତ ହେଲେ;
6ସେଠାରେ ମହାଯାଜକ ହାନାନ, କୟାଫା, ଯୋହନ, ଆଲେକ୍ଜାଣ୍ଡର, ପୁଣି, ମହାଯାଜକୀୟ ବଂଶର ସମସ୍ତ ଲୋକ ଉପସ୍ଥିତ ଥିଲେ।
7ସେମାନେ ପ୍ରେରିତମାନଙ୍କୁ ମଧ୍ୟ ସ୍ଥାନରେ ଠିଆ କରାଇ ପଚାରିବାକୁ ଲାଗିଲେ, କି ଶକ୍ତିରେ ବା କେଉଁ ନାମରେ ତୁମ୍ଭେମାନେ ଏହା କରିଅଛ?
8ସେଥିରେ ପିତର ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ସେମାନଙ୍କୁ କହିଲେ, ହେ ଲୋକମାନଙ୍କର ଅଧ୍ୟକ୍ଷ ଓ ପ୍ରାଚୀନମାନେ,