ପ୍ରେରିତ 4

ସେମାନେ ପ୍ରେରିତମାନଙ୍କୁ ମଧ୍ୟ ସ୍ଥାନରେ ଠିଆ କରାଇ ପଚାରିବାକୁ ଲାଗିଲେ, କି ଶକ୍ତିରେ ବା କେଉଁ ନାମରେ ତୁମ୍ଭେମାନେ ଏହା କରିଅଛ?

Acts 4:7 (UKJV) And when they had set them in the midst, they asked, By what power, or by what name, have all of you done this?

5ପରଦିନ ଲୋକମାନଙ୍କର ଅଧ୍ୟକ୍ଷ, ପ୍ରାଚୀନ ଓ ଶାସ୍ତ୍ରୀମାନେ ଯିରୂଶାଲମ ସହରରେ ଏକତ୍ରିତ ହେଲେ;

6ସେଠାରେ ମହାଯାଜକ ହାନାନ, କୟାଫା, ଯୋହନ, ଆଲେକ୍‌ଜାଣ୍ଡର, ପୁଣି, ମହାଯାଜକୀୟ ବଂଶର ସମସ୍ତ ଲୋକ ଉପସ୍ଥିତ ଥିଲେ।

7ସେମାନେ ପ୍ରେରିତମାନଙ୍କୁ ମଧ୍ୟ ସ୍ଥାନରେ ଠିଆ କରାଇ ପଚାରିବାକୁ ଲାଗିଲେ, କି ଶକ୍ତିରେ ବା କେଉଁ ନାମରେ ତୁମ୍ଭେମାନେ ଏହା କରିଅଛ?

8ସେଥିରେ ପିତର ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ସେମାନଙ୍କୁ କହିଲେ, ହେ ଲୋକମାନଙ୍କର ଅଧ୍ୟକ୍ଷ ଓ ପ୍ରାଚୀନମାନେ,

9ଆଜି ଯଦି ଜଣେ ରୋଗୀ ପ୍ରତି କରାଯାଇଥିବା ଉତ୍ତମ କାର୍ଯ୍ୟ ବିଷୟରେ ଆମ୍ଭମାନଙ୍କୁ ପଚରାଯାଏ ଯେ, ଏହି ଲୋକ କି ଉପାୟରେ ସୁସ୍ଥ ହୋଇଅଛି?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.