7ସେମାନେ ପ୍ରେରିତମାନଙ୍କୁ ମଧ୍ୟ ସ୍ଥାନରେ ଠିଆ କରାଇ ପଚାରିବାକୁ ଲାଗିଲେ, କି ଶକ୍ତିରେ ବା କେଉଁ ନାମରେ ତୁମ୍ଭେମାନେ ଏହା କରିଅଛ?
8ସେଥିରେ ପିତର ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ସେମାନଙ୍କୁ କହିଲେ, ହେ ଲୋକମାନଙ୍କର ଅଧ୍ୟକ୍ଷ ଓ ପ୍ରାଚୀନମାନେ,
9ଆଜି ଯଦି ଜଣେ ରୋଗୀ ପ୍ରତି କରାଯାଇଥିବା ଉତ୍ତମ କାର୍ଯ୍ୟ ବିଷୟରେ ଆମ୍ଭମାନଙ୍କୁ ପଚରାଯାଏ ଯେ, ଏହି ଲୋକ କି ଉପାୟରେ ସୁସ୍ଥ ହୋଇଅଛି?
10ତାହାହେଲେ ଆପଣମାନେ ସମସ୍ତେ ଓ ସମସ୍ତ ଇସ୍ରାଏଲ ଲୋକ ଜ୍ଞାତ ହେଉନ୍ତୁ ଯେ, ଯେଉଁ ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କୁ ଆପଣମାନେ କ୍ରୁଶରେ ବଧ କରିଅଛନ୍ତି, ଯାହାଙ୍କୁ ଈଶ୍ବର ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି, ତାହାଙ୍କ ନାମରେ, ହଁ, ତାହାଙ୍କ ଦ୍ୱାରା ଏହି ଲୋକଟି ସୁସ୍ଥ ହୋଇ ଆପଣମାନଙ୍କ ସାକ୍ଷାତରେ ଠିଆ ହୋଇଅଛି।
11“‘ଗୃହ ନିର୍ମାଣକାରୀ ଯେ ଆପଣମାନେ, ଆପଣମାନଙ୍କ ଦ୍ୱାରା ଯେଉଁ ପ୍ରସ୍ତର ଅଗ୍ରାହ୍ୟ ହୋଇଥିଲା, ଯାହା କୋଣର ପ୍ରଧାନ ପ୍ରସ୍ତର ହେଲା, ସେ ସେହି ପ୍ରସ୍ତର।’