9ସେଥିରେ ପିତର ତାହାକୁ କହିଲେ, ପ୍ରଭୁଙ୍କ ଆତ୍ମାଙ୍କୁ ପରୀକ୍ଷା କରିବା ନିମନ୍ତେ ତୁମ୍ଭେମାନେ କାହିଁକି ଏକମତ ହେଲ? ଦେଖ, ଯେଉଁମାନେ ତୁମ୍ଭ ସ୍ୱାମୀକୁ ସମାଧି ଦେଇଅଛନ୍ତି, ସେମାନେ ଦ୍ୱାର ପାଖରେ ଉପସ୍ଥିତ ହେଲେଣି, ଆଉ ସେମାନେ ତୁମ୍ଭକୁ ବାହାରକୁ ବହିନେଇଯିବେ।
10ସେହିକ୍ଷଣି ସେ ତାହାଙ୍କ ପାଦ ତଳେ କଚାଡ଼ି ହୋଇ ପଡ଼ି ପ୍ରାଣତ୍ୟାଗ କଲା, ପୁଣି, ଯୁବକମାନେ ଭିତରକୁ ଆସି ତାହାକୁ ମୃତ ଦେଖି ବାହାରକୁ ବହିନେଇଗଲେ ଏବଂ ତାହାର ସ୍ୱାମୀ ପାଖରେ ତାହାକୁ ସମାଧି ଦେଲେ।
11ସେଥିରେ ସମୁଦାୟ ମଣ୍ଡଳୀ ଓ ଯେତେ ଲୋକ ଏହିସବୁ ବିଷୟ ଶୁଣିଲେ, ସେମାନେ ସମସ୍ତେ ଅତିଶୟ ଭୟଭୀତ ହେଲେ।
12ପ୍ରେରିତମାନଙ୍କ ହସ୍ତ ଦ୍ୱାରା ଲୋକମାନଙ୍କ ମଧ୍ୟରେ ଅନେକ ଅନେକ ଲକ୍ଷଣ ଓ ଅଦ୍ଭୁତ କର୍ମ ସାଧିତ ହେବାକୁ ଲାଗିଲା, ଆଉ ସମସ୍ତ ମଣ୍ଡଳୀ ଏକଚିତ୍ତରେ ଶଲୋମନଙ୍କ ମଣ୍ଡପରେ ଉପସ୍ଥିତ ହେଉଥିଲେ,
13କିନ୍ତୁ ଅନ୍ୟ ଲୋକମାନଙ୍କ ମଧ୍ୟରୁ କେହିହେଲେ ସେମାନଙ୍କ ସହିତ ଯୋଗ ଦେବାକୁ ସାହସ କରୁ ନ ଥିଲେ; ତଥାପି ଲୋକମାନେ ସେମାନଙ୍କର ପ୍ରଶଂସା କରୁଥିଲେ,