10ସେହିକ୍ଷଣି ସେ ତାହାଙ୍କ ପାଦ ତଳେ କଚାଡ଼ି ହୋଇ ପଡ଼ି ପ୍ରାଣତ୍ୟାଗ କଲା, ପୁଣି, ଯୁବକମାନେ ଭିତରକୁ ଆସି ତାହାକୁ ମୃତ ଦେଖି ବାହାରକୁ ବହିନେଇଗଲେ ଏବଂ ତାହାର ସ୍ୱାମୀ ପାଖରେ ତାହାକୁ ସମାଧି ଦେଲେ।
11ସେଥିରେ ସମୁଦାୟ ମଣ୍ଡଳୀ ଓ ଯେତେ ଲୋକ ଏହିସବୁ ବିଷୟ ଶୁଣିଲେ, ସେମାନେ ସମସ୍ତେ ଅତିଶୟ ଭୟଭୀତ ହେଲେ।
12ପ୍ରେରିତମାନଙ୍କ ହସ୍ତ ଦ୍ୱାରା ଲୋକମାନଙ୍କ ମଧ୍ୟରେ ଅନେକ ଅନେକ ଲକ୍ଷଣ ଓ ଅଦ୍ଭୁତ କର୍ମ ସାଧିତ ହେବାକୁ ଲାଗିଲା, ଆଉ ସମସ୍ତ ମଣ୍ଡଳୀ ଏକଚିତ୍ତରେ ଶଲୋମନଙ୍କ ମଣ୍ଡପରେ ଉପସ୍ଥିତ ହେଉଥିଲେ,
13କିନ୍ତୁ ଅନ୍ୟ ଲୋକମାନଙ୍କ ମଧ୍ୟରୁ କେହିହେଲେ ସେମାନଙ୍କ ସହିତ ଯୋଗ ଦେବାକୁ ସାହସ କରୁ ନ ଥିଲେ; ତଥାପି ଲୋକମାନେ ସେମାନଙ୍କର ପ୍ରଶଂସା କରୁଥିଲେ,
14ପୁଣି, ଆହୁରି ଅଧିକ ଅନେକ ପୁରୁଷ ଓ ସ୍ତ୍ରୀ ବିଶ୍ୱାସ କରି ପ୍ରଭୁଙ୍କ ସହିତ ସଂଯୁକ୍ତ ହେବାକୁ ଲାଗିଲେ,