20ଯାଅ, ମନ୍ଦିର ମଧ୍ୟରେ ଠିଆ ହୋଇ ଲୋକମାନଙ୍କୁ ଏହି ଜୀବନ ସମ୍ବନ୍ଧୀୟ ସମସ୍ତ କଥା କୁହ।
21ଏହା ଶୁଣି ସେମାନେ ପ୍ରଭାତ ସମୟରେ ମନ୍ଦିରରେ ପ୍ରବେଶ କରି ଶିକ୍ଷା ଦେବାକୁ ଲାଗିଲେ। ଇତିମଧ୍ୟରେ ମହାଯାଜକ ଓ ତାହାଙ୍କ ସଙ୍ଗୀମାନେ ଆସି ମହାସଭା ଓ ଇସ୍ରାଏଲ ସନ୍ତାନମାନଙ୍କର ପ୍ରାଚୀନବର୍ଗଙ୍କୁ ଡାକି ଏକତ୍ର କଲେ, ପୁଣି, ସେମାନଙ୍କୁ ଆଣିବା ନିମନ୍ତେ କାରାଗାରକୁ ଲୋକ ପଠାଇଲେ।
22କିନ୍ତୁ କର୍ମଚାରୀମାନେ ଯାଇ କାରାଗାରରେ ସେମାନଙ୍କୁ ନ ପାଇ ଫେରିଆସି କହିଲେ,
23ଆମ୍ଭେମାନେ ଦେଖିଲୁ, କାରାଗାର ଦୃଢ଼ରୂପେ ରୁଦ୍ଧ ହୋଇଅଛି ଓ ଦ୍ୱାରଗୁଡ଼ିକରେ ରକ୍ଷକମାନେ ଠିଆ ହୋଇଅଛନ୍ତି, କିନ୍ତୁ ଦ୍ୱାର ଫିଟାନ୍ତେ ଭିତରେ ଆମ୍ଭେମାନେ କାହାକୁ ପାଇଲୁ ନାହିଁ।
24ଏହିସବୁ କଥା ଶୁଣି ମନ୍ଦିରର ସେନାପତି ଓ ପ୍ରଧାନ ଯାଜକମାନେ ଏଥିର ପରିଣାମ କଅଣ ହେବ ଭାବି ସେମାନଙ୍କ ବିଷୟରେ ଅବାକ୍ ହେବାକୁ ଲାଗିଲେ।