23ଆମ୍ଭେମାନେ ଦେଖିଲୁ, କାରାଗାର ଦୃଢ଼ରୂପେ ରୁଦ୍ଧ ହୋଇଅଛି ଓ ଦ୍ୱାରଗୁଡ଼ିକରେ ରକ୍ଷକମାନେ ଠିଆ ହୋଇଅଛନ୍ତି, କିନ୍ତୁ ଦ୍ୱାର ଫିଟାନ୍ତେ ଭିତରେ ଆମ୍ଭେମାନେ କାହାକୁ ପାଇଲୁ ନାହିଁ।
24ଏହିସବୁ କଥା ଶୁଣି ମନ୍ଦିରର ସେନାପତି ଓ ପ୍ରଧାନ ଯାଜକମାନେ ଏଥିର ପରିଣାମ କଅଣ ହେବ ଭାବି ସେମାନଙ୍କ ବିଷୟରେ ଅବାକ୍ ହେବାକୁ ଲାଗିଲେ।
25ଏପରି ସମୟରେ ଜଣେ ଆସି ସେମାନଙ୍କୁ ସମ୍ବାଦ ଦେଲା, ଦେଖନ୍ତୁ, ଆପଣମାନେ ଯେଉଁ ଲୋକମାନଙ୍କୁ କାରାଗାରରେ ରଖିଥିଲେ, ସେମାନେ ମନ୍ଦିରରେ ଠିଆ ହୋଇ ଲୋକମାନଙ୍କୁ ଶିକ୍ଷା ଦେଉଅଛନ୍ତି।
26ସେତେବେଳେ ସେନାପତି କର୍ମଚାରୀମାନଙ୍କ ସହିତ ଯାଇ ସେମାନଙ୍କୁ ଆଣିଲେ, କିନ୍ତୁ ବଳପୂର୍ବକ ନୁହେଁ, କାରଣ କାଳେ ଲୋକେ ସେମାନଙ୍କୁ ପଥର ଫୋପାଡ଼ିବେ, ଏହା ଭୟ କରୁଥିଲେ।
27ସେମାନେ ସେମାନଙ୍କୁ ଆଣି ମହାସଭା ସମ୍ମୁଖରେ ଠିଆ କରାଇଲେ। ସେଥିରେ ମହାଯାଜକ ସେମାନଙ୍କୁ ପଚାରିଲେ,