26ସେତେବେଳେ ସେନାପତି କର୍ମଚାରୀମାନଙ୍କ ସହିତ ଯାଇ ସେମାନଙ୍କୁ ଆଣିଲେ, କିନ୍ତୁ ବଳପୂର୍ବକ ନୁହେଁ, କାରଣ କାଳେ ଲୋକେ ସେମାନଙ୍କୁ ପଥର ଫୋପାଡ଼ିବେ, ଏହା ଭୟ କରୁଥିଲେ।
27ସେମାନେ ସେମାନଙ୍କୁ ଆଣି ମହାସଭା ସମ୍ମୁଖରେ ଠିଆ କରାଇଲେ। ସେଥିରେ ମହାଯାଜକ ସେମାନଙ୍କୁ ପଚାରିଲେ,
28ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ନାମରେ ଶିକ୍ଷା ଦେବାକୁ ଅତି ଦୃଢ଼ରୂପେ ନିଷେଧ କରିଥିଲୁ, ତଥାପି ଦେଖ, ତୁମ୍ଭେମାନେ ସମସ୍ତ ଯିରୂଶାଲମ ସହରରେ ଆପଣା ଶିକ୍ଷାରେ ପୂର୍ଣ୍ଣ କରି ସେହି ଲୋକର ରକ୍ତପାତର ଦୋଷ ଆମ୍ଭମାନଙ୍କ ଉପରେ ବର୍ତ୍ତାଇବାକୁ ଚାହୁଁଅଛ।
29କିନ୍ତୁ ପିତର ଓ ଅନ୍ୟ ପ୍ରେରିତମାନେ ଉତ୍ତର ଦେଲେ, ମନୁଷ୍ୟମାନଙ୍କର ଆଜ୍ଞା ଅପେକ୍ଷା ବରଂ ଈଶ୍ବରଙ୍କ ଆଜ୍ଞା ପାଳନ କରିବା କର୍ତ୍ତବ୍ୟ।
30ଯେଉଁ ଯୀଶୁଙ୍କୁ ଆପଣମାନେ କ୍ରୁଶରେ ଟଙ୍ଗାଇ ବଧ କରିଥିଲେ, ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ଈଶ୍ବର ତାହାଙ୍କୁ ଉଠାଇଅଛନ୍ତି।