ପ୍ରେରିତ 5

ସେଥିରେ ପିତର କହିଲେ, ହେ ହନନୀୟ, ପବିତ୍ର ଆତ୍ମାଙ୍କ ନିକଟରେ ମିଥ୍ୟା କହିବାକୁ ଓ ଭୂମିର ମୂଲ୍ୟରୁ କିଛି ଲୁଚାଇ ରଖିବାକୁ କାହିଁକି ଶୟତାନ ତୁମ୍ଭ ହୃଦୟ ସମ୍ପୂର୍ଣ୍ଣ ଅଧିକାର କରିଅଛି?

Acts 5:3 (UKJV) But Peter said, Ananias, why has Satan filled yours heart to lie to the Holy Spirit, and to keep back part of the price of the land?

1ତେବେ ବିଶ୍ୱାସୀମାନଙ୍କ ମଧ୍ୟରୁ ଜଣେ ଯାହାଙ୍କ ନାମ ହନନୀୟ ଓ ଯାହାଙ୍କ ଭାର୍ଯ୍ୟାଙ୍କ ନାମ ଶଫୀରା ଥିଲା, ସେ ଏବଂ ଶଫୀରା ଏକତ୍ର ସେମାନଙ୍କ ସମ୍ପତ୍ତିରୁ କିଛି ବିକ୍ରୟ କଲେ।

2ପୁଣି, ଭାର୍ଯ୍ୟାର ଜ୍ଞାତସାରରେ ସେଥିର ମୂଲ୍ୟରୁ କିଛି ଲୁଚାଇ ରଖି, ଅବଶିଷ୍ଟ ଅଂଶମାତ୍ର ଆଣି ପ୍ରେରିତମାନଙ୍କ ଚରଣ ତଳେ ଥୋଇଲା।

3ସେଥିରେ ପିତର କହିଲେ, ହେ ହନନୀୟ, ପବିତ୍ର ଆତ୍ମାଙ୍କ ନିକଟରେ ମିଥ୍ୟା କହିବାକୁ ଓ ଭୂମିର ମୂଲ୍ୟରୁ କିଛି ଲୁଚାଇ ରଖିବାକୁ କାହିଁକି ଶୟତାନ ତୁମ୍ଭ ହୃଦୟ ସମ୍ପୂର୍ଣ୍ଣ ଅଧିକାର କରିଅଛି?

4ବିକ୍ରୟ ହେବା ପୂର୍ବେ ତାହା କଅଣ ତୁମ୍ଭ ନିଜର ହୋଇ ରହି ନ ଥିଲା? ଆଉ, ବିକ୍ରୟ ହେବା ଉତ୍ତାରେ ସେଥିର ମୂଲ୍ୟ କି ତୁମ୍ଭ ନିଜ ଅଧିକାରରେ ନ ଥିଲା? ତେବେ ତୁମ୍ଭେ କିପରି ଆପଣା ହୃଦୟରେ ଏହି ବିଷୟ ଭାବିଲ? ତୁମ୍ଭେ ଯେ ମନୁଷ୍ୟ ନିକଟରେ ମିଥ୍ୟା କହିଲ, ତାହା ନୁହେଁ, ମାତ୍ର ଈଶ୍ବରଙ୍କ ନିକଟରେ ମିଥ୍ୟା କହିଲ।

5ଏହିସବୁ କଥା ଶୁଣି ହନନୀୟ କଚାଡ଼ି ହୋଇ ପଡ଼ି ପ୍ରାଣତ୍ୟାଗ କଲା। ସେଥିରେ ଯେତେ ଲୋକ ଏହା ଶୁଣିଲେ, ସମସ୍ତେ ଅତିଶୟ ଭୟ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.