29କିନ୍ତୁ ପିତର ଓ ଅନ୍ୟ ପ୍ରେରିତମାନେ ଉତ୍ତର ଦେଲେ, ମନୁଷ୍ୟମାନଙ୍କର ଆଜ୍ଞା ଅପେକ୍ଷା ବରଂ ଈଶ୍ବରଙ୍କ ଆଜ୍ଞା ପାଳନ କରିବା କର୍ତ୍ତବ୍ୟ।
30ଯେଉଁ ଯୀଶୁଙ୍କୁ ଆପଣମାନେ କ୍ରୁଶରେ ଟଙ୍ଗାଇ ବଧ କରିଥିଲେ, ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ଈଶ୍ବର ତାହାଙ୍କୁ ଉଠାଇଅଛନ୍ତି।
31ପୁଣି, ସେ ଯେପରି ଇସ୍ରାଏଲକୁ ମନ-ପରିବର୍ତ୍ତନ ଓ ପାପ କ୍ଷମା ଦାନ କରନ୍ତି, ଏଥିନିମନ୍ତେ ଈଶ୍ବର ଆପଣା ଦକ୍ଷିଣ ହସ୍ତ ଦ୍ୱାରା ଅଧିପତି ଓ ତ୍ରାଣକର୍ତ୍ତା ସ୍ୱରୂପେ ଉନ୍ନତ କରିଅଛନ୍ତି।
32ପୁଣି, ଆମ୍ଭେମାନେ ଏହି ସମସ୍ତ ବିଷୟର ସାକ୍ଷୀ, ଆଉ ଯେଉଁ ପବିତ୍ର ଆତ୍ମାଙ୍କୁ ଈଶ୍ବର ଆପଣା ଆଜ୍ଞା ପାଳନକାରୀମାନଙ୍କୁ ଦେଇଅଛନ୍ତି, ସେ ମଧ୍ୟ ସାକ୍ଷୀ।
33ଏହି କଥା ଶୁଣି ସେମାନେ ଅତିଶୟ ରାଗିଗଲେ ଓ ସେମାନଙ୍କୁ ବଧ କରିବା ନିମନ୍ତେ ସ୍ଥିର କଲେ।