32ପୁଣି, ଆମ୍ଭେମାନେ ଏହି ସମସ୍ତ ବିଷୟର ସାକ୍ଷୀ, ଆଉ ଯେଉଁ ପବିତ୍ର ଆତ୍ମାଙ୍କୁ ଈଶ୍ବର ଆପଣା ଆଜ୍ଞା ପାଳନକାରୀମାନଙ୍କୁ ଦେଇଅଛନ୍ତି, ସେ ମଧ୍ୟ ସାକ୍ଷୀ।
33ଏହି କଥା ଶୁଣି ସେମାନେ ଅତିଶୟ ରାଗିଗଲେ ଓ ସେମାନଙ୍କୁ ବଧ କରିବା ନିମନ୍ତେ ସ୍ଥିର କଲେ।
34କିନ୍ତୁ ଗମଲୀୟେଲ ନାମକ ଜଣେ ଫାରୂଶୀ, ଯେ କି ବ୍ୟବସ୍ଥାଶାସ୍ତ୍ରଜ୍ଞ ଓ ସମସ୍ତଙ୍କ ନିକଟରେ ସମ୍ମାନପାତ୍ର ଥିଲେ, ସେ ମହାସଭାରେ ଠିଆ ହୋଇ ପ୍ରେରିତମାନଙ୍କୁ କିଛି ସମୟ ନିମନ୍ତେ ବାହାର କରିଦେବାକୁ ଆଜ୍ଞା ଦେଲେ,
35ପୁଣି, ସେ ସେମାନଙ୍କୁ କହିଲେ, ହେ ଇସ୍ରାଏଲୀୟ ଲୋକମାନେ, ଏମାନଙ୍କ ପ୍ରତି ଆପଣମାନେ କଅଣ କରିବାକୁ ଉଦ୍ୟତ ହେଉଅଛନ୍ତି, ସେହି ବିଷୟରେ ସାବଧାନ ହେଉନ୍ତୁ।
36କାରଣ ଏଥିପୂର୍ବେ ଥିଉଦା ଉଠି ନିଜକୁ ଜଣେ ମହାପୁରୁଷ ବୋଲି କହିଲା, ଆଉ ପ୍ରାୟ ଚାରି ଶହ ଲୋକ ତାହା ସହିତ ଯୋଗ ଦେଲେ; ସେ ହତ ହେଲା, ପୁଣି, ଯେତେ ଲୋକ ତାହାର ଅନୁଗତ ହୋଇଥିଲେ, ସେମାନେ ସମସ୍ତେ ଛିନ୍ନଭିନ୍ନ ଓ ବିଫଳ ହେଲେ।