39କିନ୍ତୁ ଯଦି ତାହା ଈଶ୍ବରଙ୍କଠାରୁ ହୋଇଥାଏ, ତାହାହେଲେ ଆପଣମାନେ ସେମାନଙ୍କୁ ଉଚ୍ଛିନ୍ନ କରିବାକୁ ସମର୍ଥ ହେବେ ନାହିଁ, କାଳେ ଆପଣମାନେ ଈଶ୍ବରଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛନ୍ତି ବୋଲି ଦେଖାଯିବେ।
40ସେମାନେ ତାହାଙ୍କ କଥାରେ ସମ୍ମତ ହେଲେ, ପୁଣି, ପ୍ରେରିତମାନଙ୍କୁ ନିକଟକୁ ଡାକି ସେମାନଙ୍କୁ ପ୍ରହାର କଲେ ଓ ଯୀଶୁଙ୍କ ନାମରେ କଥା ନ କହିବାକୁ ଆଜ୍ଞା ଦେଇ ଛାଡ଼ିଦେଲେ।
41ସେଥିରେ ସେମାନେ ଯେ ସେହି ନାମ ସକାଶେ ଅପମାନ ଭୋଗିବାକୁ ଯୋଗ୍ୟ ବୋଲି ଗଣିତ ହୋଇଥିଲେ, ସେଥିନିମନ୍ତେ ସେମାନେ ଆନନ୍ଦ କରୁ କରୁ ମହାସଭାରୁ ବାହାରିଗଲେ;
42ଆଉ ସେମାନେ ପ୍ରତିଦିନ ମନ୍ଦିରରେ ଓ ଘରେ ଘରେ ଶିକ୍ଷା ଦେବାକୁ ଓ ଯୀଶୁ ଯେ ଖ୍ରୀଷ୍ଟ, ଏହି ସୁସମାଚାର ପ୍ରଚାର କରିବାକୁ ବନ୍ଦ କଲେ ନାହିଁ।