4ବିକ୍ରୟ ହେବା ପୂର୍ବେ ତାହା କଅଣ ତୁମ୍ଭ ନିଜର ହୋଇ ରହି ନ ଥିଲା? ଆଉ, ବିକ୍ରୟ ହେବା ଉତ୍ତାରେ ସେଥିର ମୂଲ୍ୟ କି ତୁମ୍ଭ ନିଜ ଅଧିକାରରେ ନ ଥିଲା? ତେବେ ତୁମ୍ଭେ କିପରି ଆପଣା ହୃଦୟରେ ଏହି ବିଷୟ ଭାବିଲ? ତୁମ୍ଭେ ଯେ ମନୁଷ୍ୟ ନିକଟରେ ମିଥ୍ୟା କହିଲ, ତାହା ନୁହେଁ, ମାତ୍ର ଈଶ୍ବରଙ୍କ ନିକଟରେ ମିଥ୍ୟା କହିଲ।
5ଏହିସବୁ କଥା ଶୁଣି ହନନୀୟ କଚାଡ଼ି ହୋଇ ପଡ଼ି ପ୍ରାଣତ୍ୟାଗ କଲା। ସେଥିରେ ଯେତେ ଲୋକ ଏହା ଶୁଣିଲେ, ସମସ୍ତେ ଅତିଶୟ ଭୟ କଲେ।
6ଆଉ, ଯୁବକମାନେ ଉଠି ତାହାକୁ ଲୁଗାରେ ଗୁଡ଼ାଇଲେ ଏବଂ ବାହାରକୁ ଘେନିଯାଇ ସମାଧି ଦେଲେ।
7ପ୍ରାୟ ତିନି ଘଣ୍ଟା ପରେ ତାହାର ଭାର୍ଯ୍ୟା ଆସିଲା, କିନ୍ତୁ କଅଣ ଘଟିଅଛି, ତାହା ସେ ଜାଣି ନ ଥିଲା।
8ଆଉ, ପିତର ତାହାକୁ ଉତ୍ତର ଦେଲେ, କୁହ ତ, ତୁମ୍ଭେମାନେ କଅଣ ଏତିକି ଟଙ୍କାରେ ଭୂମି ବିକ୍ରୟ କଲ? ସେ କହିଲା, ହଁ, ସେତିକିରେ।