ପ୍ରେରିତ 6

ଏହି ସମୟରେ, ଯେତେବେଳେ ଶିଷ୍ୟମାନଙ୍କର ସଂଖ୍ୟା ବୃଦ୍ଧି ପାଉଥିଲା, ସେତେବେଳେ ଗ୍ରୀକ୍‍ ଭାଷାବାଦୀ ଯିହୁଦୀ ବିଶ୍ୱାସୀମାନେ, ଏବ୍ରୀୟ ବିଶ୍ୱାସୀମାନଙ୍କ ବିପକ୍ଷରେ ବଚସା କରିବାକୁ ଲାଗିଲେ, କାରଣ ଦୈନିକ ଖାଦ୍ୟ ବିତରଣ କରିବାରେ ବିଧବାମାନଙ୍କୁ ଅବହେଳା କରାଯାଉଥିଲା।

Acts 6:1 (UKJV) And in those days, when the number of the disciples was multiplied, there arose a murmuring of the Grecians against the Hebrews, because their widows were neglected in the daily ministration.

1ଏହି ସମୟରେ, ଯେତେବେଳେ ଶିଷ୍ୟମାନଙ୍କର ସଂଖ୍ୟା ବୃଦ୍ଧି ପାଉଥିଲା, ସେତେବେଳେ ଗ୍ରୀକ୍‍ ଭାଷାବାଦୀ ଯିହୁଦୀ ବିଶ୍ୱାସୀମାନେ, ଏବ୍ରୀୟ ବିଶ୍ୱାସୀମାନଙ୍କ ବିପକ୍ଷରେ ବଚସା କରିବାକୁ ଲାଗିଲେ, କାରଣ ଦୈନିକ ଖାଦ୍ୟ ବିତରଣ କରିବାରେ ବିଧବାମାନଙ୍କୁ ଅବହେଳା କରାଯାଉଥିଲା।

2ସେଥିରେ ବାର ଜଣ ପ୍ରେରିତମାନେ ଶିଷ୍ୟସମୁହକୁ ନିକଟକୁ ଡାକି କହିଲେ, ଈଶ୍ବରଙ୍କର ବାକ୍ୟ ପ୍ରଚାର ପରିତ୍ୟାଗ କରି ଖାଦ୍ୟ ପରିବେଷଣରେ ଆମ୍ଭମାନଙ୍କର ବ୍ୟସ୍ତ ରହିବା ଉପଯୁକ୍ତ ନୁହେଁ।

3ଅତଏବ ହେ ଭାଇମାନେ, ଯେଉଁମାନଙ୍କୁ ଆମ୍ଭେମାନେ ଏହି କାର୍ଯ୍ୟରେ ନିଯୁକ୍ତ କରିପାରୁ, ଏପରି ସୁଖ୍ୟାତି ସମ୍ପନ୍ନ ଏବଂ ଆତ୍ମା ଓ ଜ୍ଞାନରେ ପରିପୂର୍ଣ୍ଣ ସାତ ଜଣଙ୍କୁ ଆପଣମାନଙ୍କ ମଧ୍ୟରୁ ବାଛି ସ୍ଥିର କରନ୍ତୁ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.