11ସେଥିରେ ସେମାନେ ଲୋକମାନଙ୍କୁ ମତାଇଲେ, ଆଉ ସେମାନେ କହିଲେ, ଆମ୍ଭେମାନେ ଏହାକୁ ମୋଶା ଓ ଈଶ୍ବରଙ୍କ ବିରୁଦ୍ଧରେ ନିନ୍ଦାକଥା କହିବା ଶୁଣିଅଛୁ।
12ଆଉ, ସେମାନେ ଜନସାଧାରଣଙ୍କୁ, ପୁଣି, ପ୍ରାଚୀନ ଓ ଶାସ୍ତ୍ରୀମାନଙ୍କୁ ଉତ୍ତେଜିତ କରି ତାହାଙ୍କୁ ଆକ୍ରମଣ କଲେ ଓ ତାହାଙ୍କୁ ବଳରେ ଧରି ମହାସଭାକୁ ଆଣିଲେ,
13ଆଉ ମିଥ୍ୟାସାକ୍ଷୀମାନଙ୍କୁ ଠିଆ କରାଇଲେ; ସେମାନେ କହିଲେ, ଏ ଲୋକଟା ଏହି ପବିତ୍ର ସ୍ଥାନ ଓ ମୋଶାଙ୍କ ଦତ୍ତ ନିୟମ ବିରୁଦ୍ଧରେ କଥା କହିବାକୁ ବନ୍ଦ କରୁ ନାହିଁ,
14କାରଣ ନାଜରିତୀୟ ସେହି ଯୀଶୁ ଏହି ସ୍ଥାନ ଧ୍ୱଂସ କରିବେ, ଆଉ ମୋଶା ଆମ୍ଭମାନଙ୍କୁ ଯେଉଁ ଯେଉଁ ରୀତିନୀତି ଦେଇଅଛନ୍ତି, ସେହିସବୁ ପରିବର୍ତ୍ତନ କରିବେ ବୋଲି ସେ କହୁଥିବା ଆମ୍ଭେମାନେ ଶୁଣିଅଛୁ।
15ସେତେବେଳେ ମହାସଭାରେ ବସିଥିବା ସମସ୍ତେ ତାହାଙ୍କ ପ୍ରତି ଏକଦୃଷ୍ଟିରେ ଚାହିଁ ତାହାଙ୍କ ମୁଖ ଦୂତଙ୍କ ମୁଖ ସଦୃଶ ଦେଖିଲେ।