ପ୍ରେରିତ 6

କିନ୍ତୁ ଆମ୍ଭେମାନେ ପ୍ରାର୍ଥନାରେ ଓ ବାକ୍ୟ ପ୍ରଚାର ସେବା କାର୍ଯ୍ୟରେ ଏକାଗ୍ରଭାବେ ଲାଗିରହିବା।

Acts 6:4 (UKJV) But we will give ourselves continually to prayer, and to the ministry of the word.

2ସେଥିରେ ବାର ଜଣ ପ୍ରେରିତମାନେ ଶିଷ୍ୟସମୁହକୁ ନିକଟକୁ ଡାକି କହିଲେ, ଈଶ୍ବରଙ୍କର ବାକ୍ୟ ପ୍ରଚାର ପରିତ୍ୟାଗ କରି ଖାଦ୍ୟ ପରିବେଷଣରେ ଆମ୍ଭମାନଙ୍କର ବ୍ୟସ୍ତ ରହିବା ଉପଯୁକ୍ତ ନୁହେଁ।

3ଅତଏବ ହେ ଭାଇମାନେ, ଯେଉଁମାନଙ୍କୁ ଆମ୍ଭେମାନେ ଏହି କାର୍ଯ୍ୟରେ ନିଯୁକ୍ତ କରିପାରୁ, ଏପରି ସୁଖ୍ୟାତି ସମ୍ପନ୍ନ ଏବଂ ଆତ୍ମା ଓ ଜ୍ଞାନରେ ପରିପୂର୍ଣ୍ଣ ସାତ ଜଣଙ୍କୁ ଆପଣମାନଙ୍କ ମଧ୍ୟରୁ ବାଛି ସ୍ଥିର କରନ୍ତୁ;

4କିନ୍ତୁ ଆମ୍ଭେମାନେ ପ୍ରାର୍ଥନାରେ ଓ ବାକ୍ୟ ପ୍ରଚାର ସେବା କାର୍ଯ୍ୟରେ ଏକାଗ୍ରଭାବେ ଲାଗିରହିବା।

5ଏହି କଥା ସମସ୍ତ ବିଶ୍ୱାସୀମାନଙ୍କ ଦୃଷ୍ଟିରେ ଉତ୍ତମ ଦେଖାଗଲା, ଆଉ ସେମାନେ ବିଶ୍ୱାସ ଓ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ସ୍ତିଫାନ ନାମକ ଜଣେ ବ୍ୟକ୍ତିଙ୍କୁ, ପୁଣି, ଫିଲିପ୍ପ, ପ୍ରଖର, ନୀକାନୋର, ତୀମୋନ, ପାର୍ମନା ଓ ଆନ୍ତିୟଖିଆର ଯିହୁଦୀମତାବଲମ୍ବୀ ନୀକଲାୟଙ୍କୁ ମନୋନୀତ କରି,

6ପ୍ରେରିତମାନଙ୍କ ସମ୍ମୁଖରେ ଉପସ୍ଥିତ କଲେ, ଆଉ ସେମାନେ ପ୍ରାର୍ଥନା କରି ସେମାନଙ୍କ ମସ୍ତକ ଉପରେ ହାତ ରଖି ସମର୍ପଣ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.