5ଏହି କଥା ସମସ୍ତ ବିଶ୍ୱାସୀମାନଙ୍କ ଦୃଷ୍ଟିରେ ଉତ୍ତମ ଦେଖାଗଲା, ଆଉ ସେମାନେ ବିଶ୍ୱାସ ଓ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ସ୍ତିଫାନ ନାମକ ଜଣେ ବ୍ୟକ୍ତିଙ୍କୁ, ପୁଣି, ଫିଲିପ୍ପ, ପ୍ରଖର, ନୀକାନୋର, ତୀମୋନ, ପାର୍ମନା ଓ ଆନ୍ତିୟଖିଆର ଯିହୁଦୀମତାବଲମ୍ବୀ ନୀକଲାୟଙ୍କୁ ମନୋନୀତ କରି,
6ପ୍ରେରିତମାନଙ୍କ ସମ୍ମୁଖରେ ଉପସ୍ଥିତ କଲେ, ଆଉ ସେମାନେ ପ୍ରାର୍ଥନା କରି ସେମାନଙ୍କ ମସ୍ତକ ଉପରେ ହାତ ରଖି ସମର୍ପଣ କଲେ।
7ଏଣୁ ଈଶ୍ବରଙ୍କ ବାକ୍ୟ ଅଧିକ ବ୍ୟାପିଗଲା ଏବଂ ଯିରୂଶାଲମ ସହରରେ ଶିଷ୍ୟମାନଙ୍କ ସଂଖ୍ୟା ଅତିଶୟ ବୃଦ୍ଧି ପାଇବାକୁ ଲାଗିଲା; ଆଉ, ଯାଜକମାନଙ୍କ ମଧ୍ୟରୁ ଅନେକ ଅନେକ ଲୋକ ବିଶ୍ୱାସମାର୍ଗ ଅବଲମ୍ବନ କରିବାକୁ ଲାଗିଲେ।
8ସ୍ତିଫାନ ଅନୁଗ୍ରହ ଓ ଶକ୍ତିରେ ପରିପୂର୍ଣ୍ଣ ହୋଇ ଲୋକମାନଙ୍କ ମଧ୍ୟରେ ମହା ମହା ଆଶ୍ଚର୍ଯ୍ୟକର୍ମ ଓ ଲକ୍ଷଣ ସାଧନ କରିବାକୁ ଲାଗିଲେ।
9କିନ୍ତୁ ଲିବର୍ତ୍ତୀନ, କୂରୀଣୀୟ ଓ ଆଲେକଜାଣ୍ଡ୍ରୀୟ ସହରମାନଙ୍କରେ ନିବାସୀମାନଙ୍କ ନାମରେ ଖ୍ୟାତ ଯିହୁଦୀମାନଙ୍କ ସମାଜଗୃହର କେତେକ ଜଣ, ପୁଣି, କିଲିକିୟା ଓ ଏସିଆ ଅଞ୍ଚଳଗୁଡ଼ିକରେ ନିବାସୀ କେତେକ ଲୋକ ଉଠି ସ୍ତିଫାନଙ୍କ ସହିତ ବାଦାନୁବାଦ କରିବାକୁ ଲାଗିଲେ,