9ପିତୃକୁଳପତିମାନେ ଯୋଷେଫଙ୍କୁ ଈର୍ଷା କରି ମିସରକୁ ନିଆଯିବା ନିମନ୍ତେ ତାହାଙ୍କୁ ବିକ୍ରୟ କଲେ; କିନ୍ତୁ ଈଶ୍ବର ତାହାଙ୍କ ସହିତ ଥିଲେ,
10ପୁଣି, ତାହାଙ୍କ ସମସ୍ତ କ୍ଲେଶରୁ ତାହାଙ୍କୁ ଉଦ୍ଧାର କରି ମିସରର ରାଜା ଫାରୋଙ୍କ ସାକ୍ଷାତରେ ତାହାଙ୍କୁ ଅନୁଗ୍ରହ ଓ ଜ୍ଞାନ ପ୍ରଦାନ କଲେ; ସେଥିରେ ଫାରୋ ତାହାଙ୍କୁ ମିସର ଓ ଆପଣା ସମସ୍ତ ଗୃହର ଶାସନକର୍ତ୍ତା ସ୍ୱରୂପେ ନିଯୁକ୍ତ କଲେ।
11ପରେ ସମସ୍ତ ମିସର ଓ କିଣାନରେ ଦୁର୍ଭିକ୍ଷ ପଡ଼ିଲା, ପୁଣି, ମହାକ୍ଲେଶ ଘଟିଲା, ଆମ୍ଭମାନଙ୍କ ପିତୃ-ପୁରୁଷମାନେ ଖାଦ୍ୟ ପାଇ ପାରିଲେ ନାହିଁ।
12କିନ୍ତୁ ମିସରରେ ଶସ୍ୟ ଅଛି ବୋଲି ଶୁଣି, ଯାକୁବ ଆମ୍ଭମାନଙ୍କ ପିତୃପୁରୁଷମାନଙ୍କୁ ପ୍ରଥମରେ ପ୍ରେରଣ କଲେ।
13ପୁଣି, ଦ୍ୱିତୀୟ ଥର ଯୋଷେଫ ଆପଣା ଭାଇମାନଙ୍କ ନିକଟରେ ପରିଚିତ ହେଲେ, ଆଉ ଫାରୋ ଯୋଷେଫଙ୍କ ଜାତିର ପରିଚୟ ପାଇଲେ।