14ତାହାପରେ ଯୋଷେଫ ଆପଣା ପିତା ଯାକୁବ ଓ ପଞ୍ଚସ୍ତରି ଜଣ ଜ୍ଞାତିକୁଟୁମ୍ବ ସମସ୍ତଙ୍କୁ ଡକାଇ ପଠାଇଲେ। ସେଥିରେ ଯାକୁବ ମିସରକୁ ଗଲେ,
15ପୁଣି, ସେ ଓ ଆମ୍ଭମାନଙ୍କର ପିତୃ-ପୁରୁଷମାନେ ପ୍ରାଣତ୍ୟାଗ କଲେ,
16ଆଉ ସେମାନଙ୍କ ମୃତ ଶରୀର, ଶିଖିମକୁ ନିଆଯାଇ, ଅବ୍ରହାମ ସେଠାକାର ହମୋର ସନ୍ତାନମାନଙ୍କଠାରୁ ଯେଉଁ ସମାଧି-ସ୍ଥାନକୁ ରୌପ୍ୟ ମୂଲ୍ୟ ଦେଇ କ୍ରୟ କରିଥିଲେ, ସେଥିରେ ସମାଧିସ୍ଥ ହେଲେ।
17କିନ୍ତୁ ଈଶ୍ବର ଅବ୍ରହାମଙ୍କ ନିକଟରେ ଯେଉଁ ପ୍ରତିଜ୍ଞା କରିଥିଲେ, ସେହି ପ୍ରତିଜ୍ଞା ସଫଳ ହେବା ସମୟ ସନ୍ନିକଟ ହୁଅନ୍ତେ, ଲୋକମାନେ ମିସରରେ ବୃଦ୍ଧି ପାଇ ବହୁସଂଖ୍ୟକ ହୋଇ ଉଠିଲେ।
18ଅବଶେଷରେ ମିସରରେ ଆଉ ଜଣେ ରାଜା ହେଲେ, ସେ ଯୋଷେଫଙ୍କୁ ଜାଣି ନ ଥିଲେ।