18ଅବଶେଷରେ ମିସରରେ ଆଉ ଜଣେ ରାଜା ହେଲେ, ସେ ଯୋଷେଫଙ୍କୁ ଜାଣି ନ ଥିଲେ।
19ସେ ଆମ୍ଭମାନଙ୍କ ଜାତି ପ୍ରତି ଖଳ ବ୍ୟବହାର କଲେ, ପୁଣି, ଆମ୍ଭମାନଙ୍କ ପିତୃ-ପୁରୁଷମାନେ ଯେପରି ଆପଣା ଆପଣା ସନ୍ତାନମାନଙ୍କୁ ଜୀବିତ ନ ରହିବା ପାଇଁ ବାହାରେ ପକାଇ ଦିଅନ୍ତି, ଏଥିନିମନ୍ତେ ସେମାନଙ୍କ ପ୍ରତି ଅତ୍ୟାଚାର କଲେ।
20ସେହି ସମୟରେ ମୋଶା ଜନ୍ମ ହେଲେ, ସେ ଈଶ୍ବରଙ୍କ ଦୃଷ୍ଟିରେ ଅତି ସୁନ୍ଦର ଥିଲେ ଓ ତିନି ମାସ ପର୍ଯ୍ୟନ୍ତ ଆପଣା ପିତାଙ୍କ ଗୃହରେ ପ୍ରତିପାଳିତ ହେଲେ।
21ପରେ ସେ ଯେତେବେଳେ ବାହାରେ ପକାଗଲେ, ସେତେବେଳେ ଫାରୋଙ୍କ କନ୍ୟା ତାହାଙ୍କୁ ଉଠାଇ ନେଇ ଆପଣା ପୁତ୍ରରୂପେ ପ୍ରତିପାଳନ କଲେ।
22ଆଉ ମୋଶା ମିସରୀୟମାନଙ୍କ ସମସ୍ତ ବିଦ୍ୟାରେ ଶିକ୍ଷିତ ହୋଇ ବାକ୍ୟ ଓ କର୍ମରେ ପରାକ୍ରମୀ ହେଲେ।