20ସେହି ସମୟରେ ମୋଶା ଜନ୍ମ ହେଲେ, ସେ ଈଶ୍ବରଙ୍କ ଦୃଷ୍ଟିରେ ଅତି ସୁନ୍ଦର ଥିଲେ ଓ ତିନି ମାସ ପର୍ଯ୍ୟନ୍ତ ଆପଣା ପିତାଙ୍କ ଗୃହରେ ପ୍ରତିପାଳିତ ହେଲେ।
21ପରେ ସେ ଯେତେବେଳେ ବାହାରେ ପକାଗଲେ, ସେତେବେଳେ ଫାରୋଙ୍କ କନ୍ୟା ତାହାଙ୍କୁ ଉଠାଇ ନେଇ ଆପଣା ପୁତ୍ରରୂପେ ପ୍ରତିପାଳନ କଲେ।
22ଆଉ ମୋଶା ମିସରୀୟମାନଙ୍କ ସମସ୍ତ ବିଦ୍ୟାରେ ଶିକ୍ଷିତ ହୋଇ ବାକ୍ୟ ଓ କର୍ମରେ ପରାକ୍ରମୀ ହେଲେ।
23ତାହାଙ୍କୁ ଚାଳିଶ ବର୍ଷ ପୂର୍ଣ୍ଣ ହେଉଥିବା ସମୟରେ ଆପଣା ଭାଇମାନଙ୍କୁ, ଅର୍ଥାତ୍ ଇସ୍ରାଏଲ ସନ୍ତାନମାନଙ୍କୁ, ସାକ୍ଷାତ କରିବା ନିମନ୍ତେ ତାହାଙ୍କ ମନରେ ଇଚ୍ଛା ଜାତ ହେଲା।
24ସେତେବେଳେ ଜଣକ ପ୍ରତି ଅନ୍ୟାୟ କରାଯାଉଥିବା ଦେଖି ସେ ତାହାର ସପକ୍ଷ ହେଲେ ଓ ସେହି ମିସରୀୟ ଲୋକକୁ ବଧ କରି ଅତ୍ୟାଚାରିତ ହେଉଥିବା ଲୋକ ପ୍ରତି ଅନ୍ୟାୟର ପ୍ରତିକାର କଲେ।