22ଆଉ ମୋଶା ମିସରୀୟମାନଙ୍କ ସମସ୍ତ ବିଦ୍ୟାରେ ଶିକ୍ଷିତ ହୋଇ ବାକ୍ୟ ଓ କର୍ମରେ ପରାକ୍ରମୀ ହେଲେ।
23ତାହାଙ୍କୁ ଚାଳିଶ ବର୍ଷ ପୂର୍ଣ୍ଣ ହେଉଥିବା ସମୟରେ ଆପଣା ଭାଇମାନଙ୍କୁ, ଅର୍ଥାତ୍ ଇସ୍ରାଏଲ ସନ୍ତାନମାନଙ୍କୁ, ସାକ୍ଷାତ କରିବା ନିମନ୍ତେ ତାହାଙ୍କ ମନରେ ଇଚ୍ଛା ଜାତ ହେଲା।
24ସେତେବେଳେ ଜଣକ ପ୍ରତି ଅନ୍ୟାୟ କରାଯାଉଥିବା ଦେଖି ସେ ତାହାର ସପକ୍ଷ ହେଲେ ଓ ସେହି ମିସରୀୟ ଲୋକକୁ ବଧ କରି ଅତ୍ୟାଚାରିତ ହେଉଥିବା ଲୋକ ପ୍ରତି ଅନ୍ୟାୟର ପ୍ରତିକାର କଲେ।
25ତାହାଙ୍କ ହସ୍ତ ଦ୍ୱାରା ଈଶ୍ବର ଯେ ତାହାଙ୍କ ଭାଇମାନଙ୍କୁ ଉଦ୍ଧାର କରୁଅଛନ୍ତି, ଏହା ସେମାନେ ବୁଝିବେ ବୋଲି ସେ ମନେ କରିଥିଲେ, କିନ୍ତୁ ସେମାନେ ବୁଝିଲେ ନାହିଁ।
26ପରଦିନ ସେମାନେ ପରସ୍ପର ମଧ୍ୟରେ ମରାମରି ହେଉଥିବା ସମୟରେ ସେ ଦେଖା ଦେଇ ସେମାନଙ୍କୁ ମିଳନ କରିବା ଉଦ୍ଦେଶ୍ୟରେ କହିଲେ, ଆହେ, ତୁମ୍ଭେମାନେ ପରସ୍ପର ଭାଇ, କାହିଁକି ଏକ-ଆରେକ ପ୍ରତି ଅନ୍ୟାୟ କରୁଅଛ?