26ପରଦିନ ସେମାନେ ପରସ୍ପର ମଧ୍ୟରେ ମରାମରି ହେଉଥିବା ସମୟରେ ସେ ଦେଖା ଦେଇ ସେମାନଙ୍କୁ ମିଳନ କରିବା ଉଦ୍ଦେଶ୍ୟରେ କହିଲେ, ଆହେ, ତୁମ୍ଭେମାନେ ପରସ୍ପର ଭାଇ, କାହିଁକି ଏକ-ଆରେକ ପ୍ରତି ଅନ୍ୟାୟ କରୁଅଛ?
27କିନ୍ତୁ ଯେଉଁ ଜଣକ ପ୍ରତିବାସୀ ପ୍ରତି ଅନ୍ୟାୟ କରୁଥିଲା, ସେ ତାହାଙ୍କୁ ପେଲିଦେଇ କହିଲା, କିଏ ତୁମ୍ଭକୁ ଆମ୍ଭମାନଙ୍କ ଉପରେ ଶାସନକର୍ତ୍ତା ଓ ବିଚାରକସ୍ୱରୂପେ ନିଯୁକ୍ତ କଲା?
28କାଲି ଯେପରି ସେହି ମିସରୀୟ ବ୍ୟକ୍ତିକୁ ବଧ କରିଥିଲ, ସେପରି କି ମୋତେ ବଧ କରିବାକୁ ଇଚ୍ଛା କରୁଅଛ?
29ଏହି କଥା ଶୁଣି ମୋଶା ପଳାଇଯାଇ ମିଦୀୟନ ଦେଶରେ ପ୍ରବାସୀ ହେଲେ; ସେଠାରେ ତାହାଙ୍କର ଦୁଇ ପୁତ୍ର ଜନ୍ମ ହେଲେ।
30ପରେ ଚାଳିଶ ବର୍ଷ ପୂର୍ଣ୍ଣ ହୁଅନ୍ତେ ସୀନୟ ପର୍ବତର ପ୍ରାନ୍ତରରେ ଜଣେ ଦୂତ ଗୋଟିଏ ବୁଦାର ଅଗ୍ନିଶିଖାରେ ତାହାଙ୍କୁ ଦର୍ଶନ ଦେଲେ।