30ପରେ ଚାଳିଶ ବର୍ଷ ପୂର୍ଣ୍ଣ ହୁଅନ୍ତେ ସୀନୟ ପର୍ବତର ପ୍ରାନ୍ତରରେ ଜଣେ ଦୂତ ଗୋଟିଏ ବୁଦାର ଅଗ୍ନିଶିଖାରେ ତାହାଙ୍କୁ ଦର୍ଶନ ଦେଲେ।
31ମୋଶା ସେହି ଦୃଶ୍ୟ ଦେଖି ଚମତ୍କୃତ ହେଲେ, ପୁଣି, ଭଲ ରୂପେ ଦେଖିବା ନିମନ୍ତେ ନିକଟକୁ ଯାଉଥିବା ସମୟରେ ପ୍ରଭୁଙ୍କର ଏହି ବାଣୀ ହେଲା,
32ଆମ୍ଭେ ତୁମ୍ଭ ପିତୃ-ପୁରୁଷମାନଙ୍କ ଈଶ୍ବର, ଅବ୍ରହାମ, ଇସ୍ହାକ ଓ ଯାକୁବର ଈଶ୍ବର। ସେଥିରେ ମୋଶା କମ୍ପି ଉଠି, ଭଲ ରୂପେ ଦେଖିବାକୁ ସାହସ କଲେ ନାହିଁ।
33ତାହାପରେ ପ୍ରଭୁ ତାହାଙ୍କୁ କହିଲେ, ତୁମ୍ଭ ପାଦରୁ ପାଦୁକା କାଢ଼ିପକାଅ, କାରଣ ତୁମ୍ଭେ ଯେଉଁ ସ୍ଥାନରେ ଠିଆ ହୋଇଅଛ, ତାହା ପବିତ୍ର ଭୂମି।
34ମିସରରେ ମୋହର ଯେଉଁ ଲୋକମାନେ ଅଛନ୍ତି, ମୁଁ ସେମାନଙ୍କର କ୍ଲେଶ ନିଶ୍ଚୟ ଦେଖିଅଛି ଓ ସେମାନଙ୍କର ଆର୍ତ୍ତନାଦ ଶୁଣିଅଛି, ପୁଣି, ସେମାନଙ୍କୁ ଉଦ୍ଧାର କରିବା ନିମନ୍ତେ ଓହ୍ଲାଇ ଆସିଅଛି, ଆଉ ଏବେ ଆସ, ମୁଁ ତୁମ୍ଭକୁ ମିସରକୁ ପ୍ରେରଣ କରିବି।