ପ୍ରେରିତ 7

ତାହାପରେ ପ୍ରଭୁ ତାହାଙ୍କୁ କହିଲେ, ତୁମ୍ଭ ପାଦରୁ ପାଦୁକା କାଢ଼ିପକାଅ, କାରଣ ତୁମ୍ଭେ ଯେଉଁ ସ୍ଥାନରେ ଠିଆ ହୋଇଅଛ, ତାହା ପବିତ୍ର ଭୂମି।

Acts 7:33 (UKJV) Then said the Lord to him, Put off your shoes from your feet: for the place where you stand is holy ground.

31ମୋଶା ସେହି ଦୃଶ୍ୟ ଦେଖି ଚମତ୍କୃତ ହେଲେ, ପୁଣି, ଭଲ ରୂପେ ଦେଖିବା ନିମନ୍ତେ ନିକଟକୁ ଯାଉଥିବା ସମୟରେ ପ୍ରଭୁଙ୍କର ଏହି ବାଣୀ ହେଲା,

32ଆମ୍ଭେ ତୁମ୍ଭ ପିତୃ-ପୁରୁଷମାନଙ୍କ ଈଶ୍ବର, ଅବ୍ରହାମ, ଇସ୍‌ହାକ ଓ ଯାକୁବର ଈଶ୍ବର। ସେଥିରେ ମୋଶା କମ୍ପି ଉଠି, ଭଲ ରୂପେ ଦେଖିବାକୁ ସାହସ କଲେ ନାହିଁ।

33ତାହାପରେ ପ୍ରଭୁ ତାହାଙ୍କୁ କହିଲେ, ତୁମ୍ଭ ପାଦରୁ ପାଦୁକା କାଢ଼ିପକାଅ, କାରଣ ତୁମ୍ଭେ ଯେଉଁ ସ୍ଥାନରେ ଠିଆ ହୋଇଅଛ, ତାହା ପବିତ୍ର ଭୂମି।

34ମିସରରେ ମୋହର ଯେଉଁ ଲୋକମାନେ ଅଛନ୍ତି, ମୁଁ ସେମାନଙ୍କର କ୍ଲେଶ ନିଶ୍ଚୟ ଦେଖିଅଛି ଓ ସେମାନଙ୍କର ଆର୍ତ୍ତନାଦ ଶୁଣିଅଛି, ପୁଣି, ସେମାନଙ୍କୁ ଉଦ୍ଧାର କରିବା ନିମନ୍ତେ ଓହ୍ଲାଇ ଆସିଅଛି, ଆଉ ଏବେ ଆସ, ମୁଁ ତୁମ୍ଭକୁ ମିସରକୁ ପ୍ରେରଣ କରିବି।

35କିଏ ତୁମ୍ଭକୁ ଶାସନକର୍ତ୍ତା ଓ ବିଚାରକ ସ୍ୱରୂପେ ନିଯୁକ୍ତ କଲା ବୋଲି କହି ଏହି ଯେଉଁ ମୋଶାଙ୍କୁ ସେମାନେ ଅଗ୍ରାହ୍ୟ କଲେ, ତାହାଙ୍କୁ ଈଶ୍ବର ବୁଦାରେ ଦର୍ଶନ ଦେଇଥିବା ଦୂତଙ୍କ ସହାୟତାରେ ଶାସକ ଓ ଉଦ୍ଧାରକର୍ତ୍ତା କରି ପ୍ରେରଣ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.