ପ୍ରେରିତ 7

କିଏ ତୁମ୍ଭକୁ ଶାସନକର୍ତ୍ତା ଓ ବିଚାରକ ସ୍ୱରୂପେ ନିଯୁକ୍ତ କଲା ବୋଲି କହି ଏହି ଯେଉଁ ମୋଶାଙ୍କୁ ସେମାନେ ଅଗ୍ରାହ୍ୟ କଲେ, ତାହାଙ୍କୁ ଈଶ୍ବର ବୁଦାରେ ଦର୍ଶନ ଦେଇଥିବା ଦୂତଙ୍କ ସହାୟତାରେ ଶାସକ ଓ ଉଦ୍ଧାରକର୍ତ୍ତା କରି ପ୍ରେରଣ କଲେ।

Acts 7:35 (UKJV) This Moses whom they refused, saying, Who made you a ruler and a judge? the same did God send to be a ruler and a deliverer by the hand of the angel which appeared to him in the bush.

33ତାହାପରେ ପ୍ରଭୁ ତାହାଙ୍କୁ କହିଲେ, ତୁମ୍ଭ ପାଦରୁ ପାଦୁକା କାଢ଼ିପକାଅ, କାରଣ ତୁମ୍ଭେ ଯେଉଁ ସ୍ଥାନରେ ଠିଆ ହୋଇଅଛ, ତାହା ପବିତ୍ର ଭୂମି।

34ମିସରରେ ମୋହର ଯେଉଁ ଲୋକମାନେ ଅଛନ୍ତି, ମୁଁ ସେମାନଙ୍କର କ୍ଲେଶ ନିଶ୍ଚୟ ଦେଖିଅଛି ଓ ସେମାନଙ୍କର ଆର୍ତ୍ତନାଦ ଶୁଣିଅଛି, ପୁଣି, ସେମାନଙ୍କୁ ଉଦ୍ଧାର କରିବା ନିମନ୍ତେ ଓହ୍ଲାଇ ଆସିଅଛି, ଆଉ ଏବେ ଆସ, ମୁଁ ତୁମ୍ଭକୁ ମିସରକୁ ପ୍ରେରଣ କରିବି।

35କିଏ ତୁମ୍ଭକୁ ଶାସନକର୍ତ୍ତା ଓ ବିଚାରକ ସ୍ୱରୂପେ ନିଯୁକ୍ତ କଲା ବୋଲି କହି ଏହି ଯେଉଁ ମୋଶାଙ୍କୁ ସେମାନେ ଅଗ୍ରାହ୍ୟ କଲେ, ତାହାଙ୍କୁ ଈଶ୍ବର ବୁଦାରେ ଦର୍ଶନ ଦେଇଥିବା ଦୂତଙ୍କ ସହାୟତାରେ ଶାସକ ଓ ଉଦ୍ଧାରକର୍ତ୍ତା କରି ପ୍ରେରଣ କଲେ।

36ଏହି ବ୍ୟକ୍ତି ମିସର ଦେଶ, ସୂଫ ସାଗର ଓ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ନାନା ଆଶ୍ଚର୍ଯ୍ୟକର୍ମ ଓ ଲକ୍ଷଣ ସାଧନ କରି ସେମାନଙ୍କୁ ବାହାର କରି ଆଣିଲେ।

37ଏହି ମୋଶା ଇସ୍ରାଏଲର ସନ୍ତାନମାନଙ୍କୁ କହିଲେ, ଈଶ୍ବର ତୁମ୍ଭମାନଙ୍କର ଭାଇମାନଙ୍କ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ ମୋହର ସଦୃଶ ଜଣେ ଭାବବାଦୀଙ୍କୁ ଉତ୍ପନ୍ନ କରିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.