38ଏହି ବ୍ୟକ୍ତି ପ୍ରାନ୍ତରସ୍ଥ ମଣ୍ଡଳୀ ମଧ୍ୟରେ ସୀନୟ ପର୍ବତରେ ତାହାଙ୍କ ସହିତ କଥା କହୁଥିବା ଦୂତଙ୍କ ଓ ଆମ୍ଭମାନଙ୍କ ପିତୃ-ପୁରୁଷମାନଙ୍କ ମଧ୍ୟରେ ମଧ୍ୟସ୍ଥ ଥିଲେ; ସେ ତୁମ୍ଭମାନଙ୍କୁ ଦାନ କରିବା ନିମନ୍ତେ ଜୀବନ୍ତ ବାକ୍ୟସମୂହ ପ୍ରାପ୍ତ ହେଲେ।
39ଆମ୍ଭମାନଙ୍କର ପିତୃ-ପୁରୁଷମାନେ ତାହାଙ୍କର ଆଜ୍ଞାବହ ହେବାକୁ ଇଚ୍ଛା ନ କରି ତାହାଙ୍କୁ ଅଗ୍ରାହ୍ୟ କଲେ, ପୁଣି, ଆପଣା ଆପଣା ହୃଦୟରେ ମିସରକୁ ବାହୁଡ଼ିଯାଇ ହାରୋଣଙ୍କୁ କହିଲେ,
40ଆମ୍ଭମାନଙ୍କ ଆଗେ ଆଗେ ଯିବା ନିମନ୍ତେ ଆମ୍ଭମାନଙ୍କ ପାଇଁ ଦେବତାମାନଙ୍କୁ ନିର୍ମାଣ କର, କାରଣ ଏହି ଯେଉଁ ମୋଶା ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ତାହାଙ୍କ ପ୍ରତି କଅଣ ଘଟିଅଛି, ତାହା ଆମ୍ଭେମାନେ ଜାଣୁ ନାହୁଁ।
41ଆଉ ସେହି ସମୟରେ ସେମାନେ ଗୋଟିଏ ଗୋବତ୍ସ ନିର୍ମାଣ କଲେ ଏବଂ ସେହି ପ୍ରତିମା ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ କରି ଆପଣା ଆପଣା ହସ୍ତନିର୍ମିତ ବସ୍ତୁରେ ଆନନ୍ଦ କରିବାକୁ ଲାଗିଲେ।
42କିନ୍ତୁ ଈଶ୍ବର ବିମୁଖ ହୋଇ ସେମାନଙ୍କୁ ଆକାଶବାହିନୀର ଉପାସନା କରିବାକୁ ଛାଡ଼ିଦେଲେ, ଯେପରି ଭାବବାଦୀମାନଙ୍କ ଶାସ୍ତ୍ରରେ ଲେଖାଅଛି, “‘ହେ ଇସ୍ରାଏଲ ବଂଶ, ପ୍ରାନ୍ତରରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ତୁମ୍ଭେମାନେ କଅଣ ଆମ୍ଭ ଉଦ୍ଦେଶ୍ୟରେ ପଶୁବଳି ଓ ନୈବେଦ୍ୟ ଉତ୍ସର୍ଗ କରିଥିଲ?