43ବରଂ ତୁମ୍ଭେମାନେ ଉପାସନା କରିବା ନିମନ୍ତେ ଯେଉଁ ମୂର୍ତ୍ତିଗୁଡ଼ିକ ଗଢ଼ିଥିଲ, ସେହି ମୋଲଖର ତମ୍ବୁ ଓ ରେମ୍ଫାନ୍ ଦେବତାର ନକ୍ଷତ୍ରକୁ ତୁମ୍ଭେମାନେ ଘେନି ବହନ କଲ। ଏଣୁ ମୁଁ ତୁମ୍ଭମାନଙ୍କୁ ବାବିଲର ଆରପାଖକୁ ବନ୍ଦୀ କରି ପଠାଇବି।’
44ତୁମ୍ଭେ ଯେଉଁ ଆଦର୍ଶ ଦେଖିଅଛ, ତଦନୁସାରେ ସାକ୍ଷ୍ୟ ତମ୍ବୁ ନିର୍ମାଣ କର ବୋଲି ମୋଶାଙ୍କୁ ଯେ କହିଥିଲେ, ତାହାଙ୍କ ଆଦେଶ ଅନୁଯାୟୀ ଆମ୍ଭମାନଙ୍କ ପିତୃ-ପୁରୁଷମାନେ ପ୍ରାନ୍ତରରେ ସାକ୍ଷ୍ୟ ତମ୍ବୁ ପାଇଥିଲେ।
45ଆଉ ଆମ୍ଭମାନଙ୍କ ପିତୃ-ପୁରୁଷମାନେ ତାହା ପ୍ରାପ୍ତ ହୋଇ, ଈଶ୍ବର ସେମାନଙ୍କ ସମ୍ମୁଖରୁ ଯେଉଁ ଜାତିମାନଙ୍କୁ ବାହାର କରିଦେଲେ, ସେହି ଜାତିମାନଙ୍କ ଅଧିକାରରେ ସେମାନେ ଯିହୋଶୂୟଙ୍କ ନେତୃତ୍ତ୍ୱରେ ପ୍ରବେଶ କରି ତାହା ଦାଉଦଙ୍କ ସମୟ ପର୍ଯ୍ୟନ୍ତ ରଖିଲେ।
46ଦାଉଦ ଈଶ୍ବରଙ୍କ ଦୃଷ୍ଟିରେ ଅନୁଗ୍ରହପାତ୍ର ହୋଇ ଯାକୁବଙ୍କର ଈଶ୍ବରଙ୍କ ନିମନ୍ତେ ଗୋଟିଏ ବାସସ୍ଥାନ ଆୟୋଜନ କରିବା ପାଇଁ ପ୍ରାର୍ଥନା କଲେ।
47କିନ୍ତୁ ଶଲୋମନ ଈଶ୍ବରଙ୍କ ନିମନ୍ତେ ଗୋଟିଏ ମନ୍ଦିର ନିର୍ମାଣ କଲେ।