46ଦାଉଦ ଈଶ୍ବରଙ୍କ ଦୃଷ୍ଟିରେ ଅନୁଗ୍ରହପାତ୍ର ହୋଇ ଯାକୁବଙ୍କର ଈଶ୍ବରଙ୍କ ନିମନ୍ତେ ଗୋଟିଏ ବାସସ୍ଥାନ ଆୟୋଜନ କରିବା ପାଇଁ ପ୍ରାର୍ଥନା କଲେ।
47କିନ୍ତୁ ଶଲୋମନ ଈଶ୍ବରଙ୍କ ନିମନ୍ତେ ଗୋଟିଏ ମନ୍ଦିର ନିର୍ମାଣ କଲେ।
48ତଥାପି ଯେ ମହାନ ଈଶ୍ବର, ସେ ହସ୍ତନିର୍ମିତ ଗୃହରେ ବାସ କରନ୍ତି ନାହିଁ, ଯେପରି ଭାବବାଦୀ କହନ୍ତି,
49‘ସ୍ୱର୍ଗ ଆମ୍ଭର ସିଂହାସନ, ପୃଥିବୀ ଆମ୍ଭର ପାଦପୀଠ; ପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭ ନିମନ୍ତେ କି ପ୍ରକାର ଗୃହ ନିର୍ମାଣ କରିବ? କିମ୍ବା ଆମ୍ଭର ବିଶ୍ରାମସ୍ଥାନ କାହିଁ?
50ଆମ୍ଭର ହସ୍ତ କଅଣ ଏହି ସମସ୍ତ ବିଷୟ ସୃଷ୍ଟି କରି ନାହିଁ?’