50ଆମ୍ଭର ହସ୍ତ କଅଣ ଏହି ସମସ୍ତ ବିଷୟ ସୃଷ୍ଟି କରି ନାହିଁ?’
51ହେ ଦାମ୍ଭିକମାନେ ପୁଣି, ଅସୁନ୍ନତି ହୃଦୟ ଓ କର୍ଣ୍ଣ ବିଶିଷ୍ଟ ଲୋକେ, ଆପଣମାନେ ସର୍ବଦା ପବିତ୍ର ଆତ୍ମାଙ୍କର ପ୍ରତିରୋଧ କରୁଅଛନ୍ତି; ଆପଣମାନଙ୍କର ପିତୃ-ପୁରୁଷମାନେ ଯେପରି ଆପଣମାନେ ମଧ୍ୟ ସେହିପରି।
52ଭାବବାଦୀମାନଙ୍କ ମଧ୍ୟରୁ କାହାକୁ ଆପଣମାନଙ୍କର ପିତୃ-ପୁରୁଷମାନେ ତାଡ଼ନା କରି ନ ଥିଲେ? ଯେଉଁମାନେ ସେହି ଧାର୍ମିକ ବ୍ୟକ୍ତିଙ୍କ ଆଗମନ ବିଷୟରେ ପୂର୍ବରୁ ଜଣାଇଥିଲେ, ସେମାନଙ୍କୁ ସେମାନେ ବଧ କଲେ; ଏବେ ଆପଣମାନେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରି ବଧ କରିଅଛନ୍ତି;
53ଆପଣମାନେ ଦୂତମାନଙ୍କ ଦ୍ୱାରା ଆଦିଷ୍ଟ ବ୍ୟବସ୍ଥା ପାଇଥିଲେ, କିନ୍ତୁ ତାହା ପାଳନ କଲେ ନାହିଁ।”
54ଏହି ସମସ୍ତ କଥା ଶୁଣି ସେମାନେ ଅତିଶୟ ରାଗିଗଲେ, ପୁଣି, ତାହାଙ୍କ ପ୍ରତି ଦାନ୍ତ କଡ଼ମଡ଼ କରିବାକୁ ଲାଗିଲେ।