ପ୍ରେରିତ 7

“ଦେଖନ୍ତୁ, ମୁଁ ସ୍ୱର୍ଗକୁ ଖୋଲା ହୋଇଥିବା ଓ ମନୁଷ୍ୟପୁତ୍ରଙ୍କୁ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିବା ଦେଖୁଅଛି।”

Acts 7:56 (UKJV) And said, Behold, I see the heavens opened, and the Son of man standing on the right hand of God.

54ଏହି ସମସ୍ତ କଥା ଶୁଣି ସେମାନେ ଅତିଶୟ ରାଗିଗଲେ, ପୁଣି, ତାହାଙ୍କ ପ୍ରତି ଦାନ୍ତ କଡ଼ମଡ଼ କରିବାକୁ ଲାଗିଲେ।

55କିନ୍ତୁ ସେ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ସ୍ୱର୍ଗ ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁଲେ, ଆଉ ଈଶ୍ବରଙ୍କ ମହିମା ଓ ଯୀଶୁଙ୍କୁ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିବା ଦେଖି କହିଲେ,

56“ଦେଖନ୍ତୁ, ମୁଁ ସ୍ୱର୍ଗକୁ ଖୋଲା ହୋଇଥିବା ଓ ମନୁଷ୍ୟପୁତ୍ରଙ୍କୁ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିବା ଦେଖୁଅଛି।”

57କିନ୍ତୁ ସେମାନେ ଉଚ୍ଚସ୍ୱରରେ ଚିତ୍କାର କରି ଆପଣା ଆପଣା କର୍ଣ୍ଣ ବନ୍ଦ କଲେ, ଆଉ ଏକସଙ୍ଗରେ ତାହାଙ୍କ ଉପରେ ମାଡ଼ିପଡ଼ିଲେ,

58ପୁଣି, ସେମାନେ ତାହାଙ୍କୁ ନଗରରୁ ବାହାର କରିଦେଇ ପଥର ଫୋପାଡ଼ି ମାରିବାକୁ ଲାଗିଲେ; ଆଉ, ସାକ୍ଷୀମାନେ ଶାଉଲ ନାମକ ଜଣେ ଯୁବକଙ୍କ ପାଦ ପାଖରେ ଆପଣା ଆପଣା ବସ୍ତ୍ର ରଖିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.