6ଈଶ୍ବର ଏହିପରି କହିଲେ, ତାହାଙ୍କ ବଂଶ ବିଦେଶରେ ପ୍ରବାସ କରିବେ ଏବଂ ସେ ସ୍ଥାନର ଲୋକେ ସେମାନଙ୍କୁ ଚାରି ଶହ ବର୍ଷ ପର୍ଯ୍ୟନ୍ତ ଦାସତ୍ୱରେ ରଖି ସେମାନଙ୍କ ପ୍ରତି ଅତ୍ୟାଚାର କରିବେ।
7ପୁଣି, ଈଶ୍ବର କହିଲେ, ସେମାନେ ଯେଉଁ ଜାତିର ଦାସ ହେବେ, ଆମ୍ଭେ ତାହାର ବିଚାର କରିବା; ତାହା ପରେ ସେମାନେ ବାହାରି ଆସି ଏହି ସ୍ଥାନରେ ଆମ୍ଭର ଉପାସନା କରିବେ।
8ଆଉ, ସେ ତାହାଙ୍କୁ ସୁନ୍ନତର ନିୟମ ପ୍ରଦାନ କଲେ, ପୁଣି, ତଦନୁସାରେ ଅବ୍ରହାମ ଇସ୍ହାକଙ୍କୁ ଜନ୍ମ ଦେଇ ଅଷ୍ଟମ ଦିନରେ ତାହାଙ୍କୁ ସୁନ୍ନତ କଲେ; ଇସ୍ହାକ ଯାକୁବଙ୍କୁ ପୁଣି, ଯାକୁବ ବାର ଜଣ ପିତୃକୁଳପତିଙ୍କୁ ଜନ୍ମ ଦେଇ ସେପରି କଲେ।
9ପିତୃକୁଳପତିମାନେ ଯୋଷେଫଙ୍କୁ ଈର୍ଷା କରି ମିସରକୁ ନିଆଯିବା ନିମନ୍ତେ ତାହାଙ୍କୁ ବିକ୍ରୟ କଲେ; କିନ୍ତୁ ଈଶ୍ବର ତାହାଙ୍କ ସହିତ ଥିଲେ,
10ପୁଣି, ତାହାଙ୍କ ସମସ୍ତ କ୍ଲେଶରୁ ତାହାଙ୍କୁ ଉଦ୍ଧାର କରି ମିସରର ରାଜା ଫାରୋଙ୍କ ସାକ୍ଷାତରେ ତାହାଙ୍କୁ ଅନୁଗ୍ରହ ଓ ଜ୍ଞାନ ପ୍ରଦାନ କଲେ; ସେଥିରେ ଫାରୋ ତାହାଙ୍କୁ ମିସର ଓ ଆପଣା ସମସ୍ତ ଗୃହର ଶାସନକର୍ତ୍ତା ସ୍ୱରୂପେ ନିଯୁକ୍ତ କଲେ।